Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓ ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ
ଆଞ୍ଚଳିକ

ବାଣପୁର ଓ ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ବହୁ ଆଡ଼ମ୍ବରରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ପ୍ରାତଃ କାଳରେ ରାମଧୁନ ଗାନ କରିବାସହ ପରିଷଦ କାର୍ଯ୍ୟାଳୟରେ ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ପରେ ଅଧ୍ୟକ୍ଷାଙ୍କ ସମେତ ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ସମସ୍ତ କର୍ମଚାରୀ, ବିଦ୍ୟାଳୟ ଛାତ୍ରଛାତ୍ରୀ ଓ ସମର ଶିକ୍ଷାର୍ଥୀ ବାହିନୀ କ୍ୟାଡେଟମାନେ ପ୍ରଭାତଫେରୀ କରି ଗାନ୍ଧିଛକ ନିକଟ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଏନଏସି ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ ଓ ସମ୍ପର୍କୀୟ,ଜରାନିବାସ ଅନ୍ତେବାସୀ ମାନଙ୍କୁ ଫଳ, କ୍ଷୀର ପ୍ୟାକେଟ, ଶୁଖିଲା ଖାଦ୍ୟ ଆଦି ବଣ୍ଟନ କରାଯାଇଥିଲା।ଅପରାହ୍ନରେ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟଙ୍କ ସଭାପତିତ୍ୱରେ କାର୍ଯ୍ୟାଳୟ ସଭା ଗୃହରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆଇନ, ଅବକାରୀ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଏନଏସି ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ସ୍ୱଚ୍ଛ ସାଥି, କର୍ମଚାରୀଙ୍କ ସମେତ ବୁଦ୍ଧିଜୀବୀ ମାନେ ଯୋଗ ଦେଇଥିଲେ।

ଏନଏସି ଅନ୍ତର୍ଗତ ୧୧ ଟି ୱାର୍ଡର ବିଭିନ୍ନ ସମସ୍ୟା ଓ ସମାଧାନ ଉପରେ ଆଲୋଚନା କରାଯାଇଥିଲା। ଏନଏସିକୁ ସରସ ସୁନ୍ଦର କରି ଗଢିତୋଳିବା ପାଇଁ ବିଭିନ୍ନ ଉନ୍ନତମୂଳକ କାର୍ଯ୍ୟ ଉପରେ ଧ୍ୟାନ ଦେବାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗୁରୁତ୍ୱାରୋପ କରିଥିଲେ। ସଭା ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ପରିଶେଷରେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

ଏହିଅବସରରେ ସହର ମୁଖ୍ୟ ରାସ୍ତା ଓ ଗୋପବନ୍ଧୁ ନଗରରେ ନିର୍ମିତ ଫେବର ବ୍ଲକ ରାସ୍ତାକୁ ଉଦଘାଟନ କରାଯିବାସହ ଇନଣ୍ଡୋର ଷ୍ଟାଡିୟମ ନିକଟରେ ସର୍ବସାଧାରଣଙ୍କ ନିମିତ୍ତ ଶୌଚାଳୟ ଓ ଚିଲିକା କୁଳ ଜେଟି ଠାରେ ଆସ୍ପିରେସିନାଲ ଟଏଲେଟ ନିର୍ମାଣ ପାଇଁ ଭିତିପ୍ରସ୍ତର ସ୍ଥାପନ କରାଯାଇଥିଲା।

ଅନୁରୂପ ଭାବେ ବାଣପୁର ଏନଏସି ରେ ମନ୍ତ୍ରୀଙ୍କ ଉପସ୍ଥିତିରେ ଉକ୍ତ ଦିବସ ପାଳିତ ହୋଇଯାଇଛି।

ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଛାତ୍ର ସଂସଦର ଶପଥ ଗ୍ରହଣ

October 16, 2026

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026
Latest News

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.