Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ୪୪ ତମ ପ୍ରତିଷ୍ଠା ଦିବସ ସମାରୋହ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ୪୪ ତମ ପ୍ରତିଷ୍ଠା ଦିବସ ସମାରୋହ

September 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟର ୪୪ ତମ ପ୍ରତିଷ୍ଠା ଦିବସ ସମାରୋହ ପରିଚାଳନା ପରିଷଦର ସଭାପତି ଇଂ ପ୍ରବାସ କୁମାର ସୁନ୍ଦରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ସମାରୋହ ଉଦଘାଟନ କରିବା ପରେ ସେମାନଙ୍କୁ ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିବା ପରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ।

ଏହାପରେ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି ସ୍ୱାଗତ ଭାଷଣ ଓ ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିଲେ।

ମୁଖ୍ୟ ବକ୍ତାଭାବେ ଯୋଗଦେଇ ପୁରୀ ଲୋକସଭା ସାଂସଦ ଡାକ୍ତର ସମ୍ବିତ ପାତ୍ର ଛାତ୍ର ଛାତ୍ରୀମାନଙ୍କୁ ଅଧ୍ୟବସାୟୀ ଓ ଅଧ୍ୟୟନଶୀଳ ହେବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟ ଅତିଥିଭାବେ ଯୋଗଦେଇ ଓଡିଶା ସରକାରଙ୍କର କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମହାବିଦ୍ୟାଳୟର ଶୈକ୍ଷିକ ଉତ୍କର୍ଷତା, ନାକ ମାନ୍ୟତା ଓ ଗୁଣାତ୍ମକ ବିକାଶ ପାଇଁ ବର୍ତ୍ତମାନଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କର ସହଭାଗିତା କାମନା କରିଥିଲେ।

ଏହି ଅବସରରେ ପ୍ରାକ୍ତନ ଚିଲିକା ବିଧାୟକ ଡାକ୍ତର ବିଭୂତି ଭୂଷଣ ହରିଚନ୍ଦନ ରାଷ୍ଟ୍ର ଗଠନରେ ଶିକ୍ଷାର୍ଥୀ ଓ ଶିକ୍ଷକ ମାନଙ୍କର ପ୍ରତିବଦ୍ଧତା ଉପରେ ଗୁରୁତ୍ୱ ଦେଇଥିଲେ।

ଚିଲିକା ପଂଚାୟତ ସମିତି ଅଧ୍ୟକ୍ଷ ଜ୍ୟୋତ୍ସ୍ନା ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କର ଶୈକ୍ଷିକ ପ୍ରଗତି ପାଇଁ ଆହ୍ୱାନ ଦେଇଥିଲେ। ଏହାପରେ ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକଙ୍କୁ ମୁଖ୍ୟ ଅତିଥି ପୃଥ୍ୱୀରାଜ ହରିଚନ୍ଦନ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ଓ ପ୍ରତ୍ୟୁତ୍ତରରେ ପ୍ରଫେସର ପଟ୍ଟନାୟକ ମହାବିଦ୍ୟାଳୟରେ ବିତାଇଥିବା ସ୍ମରଣୀୟ ଘଟଣା ଆଲୋକପାତ କରିଥିଲେ।

ଏହାପରେ ମହାବିଦ୍ୟାଳୟର ୨୪ ଜଣ ବିଭାଗୀୟ ଶ୍ରେଷ୍ଠ ଛାତ୍ର ଛାତ୍ରୀଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ ଧନ୍ୟବାଦ ଅର୍ପଣ କରିଥିଲେ।

ପ୍ରତିଷ୍ଠା ଦିବସ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ଆଜି ମହାପ୍ରଭୃଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୃଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.