Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ପାଇକ ସାହିଠାରେ ମହା ଆଡମ୍ବରରେ ପାଳିତ ହେଲା ଗଣେଣ ପୂଜା ଉତ୍ସବ
ଆଞ୍ଚଳିକ

ବାଣପୁର ପାଇକ ସାହିଠାରେ ମହା ଆଡମ୍ବରରେ ପାଳିତ ହେଲା ଗଣେଣ ପୂଜା ଉତ୍ସବ

September 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରା ଅଗ୍ରୱାଲ): ଶହୀଦ୍‌ କୃତିବାସ ପାଟ୍ଟଶାଣୀଙ୍କ ସ୍ମୃତିରେ ବିଗତ ୩୮ ବର୍ଷ ଧରି ବାଣପୁର ପାଇକ ସାହିଠାରେ ଅଗ୍ରପୂଜ୍ୟ ଶ୍ରୀଗଣେଣଙ୍କ ପୂଜା ମହାସମାରୋହରେ ପାଳନ ହୋଇ ଆସୁଛି। ଏହି ପୂଜାକୁ ପ୍ରତିବର୍ଷ ଶହୀଦ୍‌ କୃତିବାସ କ୍ଲବ୍‌ ଆୟୋଜନ କରୁଛନ୍ତି। ଚଳିତ ବର୍ଷ ମଧ୍ୟ ବେଶ୍‌ ଆଡମ୍ବରପୂର୍ଣ୍ଣ ଭାବେ ଗଜାନନଙ୍କ ପୂଜା ପାଳିତ ହୋଇଛି। କୃତିବାସ କ୍ଲବ୍‌ ତରଫରୁ ୧୦ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜିତ କରାଯାଉଛି।

ସେହିପରି ଭାବରେ ଗଣେଣ ଭସାଣୀକୁ ମଧ୍ୟ ଏକ ନିଆରା ଢଙ୍ଗରେ ପାଳନ କରିବା ପାଇଁ ଏହି କ୍ଲବ ତରଫରୁ ଉଦ୍ୟମ କରାଯାଉଛି। ଏହି ଗଣେଣ ପୂଜା କମିଟିର ସଭାପତି କିରନ ଜେନା, ସମ୍ପାଦକ ସୁନୀଲ ଜେନା, ଶିବ ଶଙ୍କର ସାହୁ, ଜୟକୃଷ୍ଣ ମାର୍ଥା, କ୍ଲବର ସମସ୍ତ ସଦସ୍ୟବୃନ୍ଦ ଏବଂ ପାଇକସାହି ଗ୍ରାମବାସୀବୃନ୍ଦ ଚଳିତଥର ପୂଜାକୁ ସ୍ବଚ୍ଛ ତଥା ଆକର୍ଷଣୀୟ କରିବାରେ ବିଶେଷ ଯୋଗଦାନ ଦେଇଛନ୍ତି।

ଚଳିତ ଥର ତୋରଣରେ ମଧ୍ୟ ସବୁ ବର୍ଷ ପରି ଏହି ପୂଜା କମିଟି ତରଫରୁ ଏକ ଭିନ୍ନ ପ୍ରୟାସ କରାଯାଇଛି। ଗତ ବର୍ଷମାନଙ୍କରେ ଏହି କମିଟି ତରଫରୁ ଜଗନ୍ନାଥ ମନ୍ଦିର, କେଦାର ନାଥ, ବଦ୍ରୀନାଥ ଛାୟାର ତୋରଣ ନିର୍ମାଣ କରାଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ ତୋରଣଟି ବେଶ୍‌ ଆକର୍ଷଣୀୟ ହୋଇଛି। କମିଟି ତରଫରୁ ଏହି ଗଣେଣ ପୂଜାର କର୍ତ୍ତା ଭାବରେ ବିକ୍ରମ କେଶରୀ ଜେନା ଦାୟିତ୍ଵ ସମ୍ପାଦନ କରିଛନ୍ତି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.