Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ବିଶିଷ୍ଟ ସମାଜସେବୀଙ୍କ ବିୟୋଗରେ ଶୋକସନ୍ତପ୍ତ ପରିବାରକୁ ଭେଟିଲେ ପୁରୀ ସାଂସଦ, ଆଇନ ମନ୍ତ୍ରୀ
ଆଞ୍ଚଳିକ

ବାଣପୁରର ବିଶିଷ୍ଟ ସମାଜସେବୀଙ୍କ ବିୟୋଗରେ ଶୋକସନ୍ତପ୍ତ ପରିବାରକୁ ଭେଟିଲେ ପୁରୀ ସାଂସଦ, ଆଇନ ମନ୍ତ୍ରୀ

September 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର ଅଞ୍ଚଳର ବିଶିଷ୍ଟ ସମାଜସେବୀ ତଥା ଯୁବ ସାମ୍ବାଦିକ ଓ ଆଇନଜୀବୀ ସୀତାରାମ ଅଗ୍ରୱାଲଙ୍କ ବଡଦାଦା ସ୍ୱର୍ଗତ ଗୋବିନ୍ଦ ପ୍ରସାଦ ଅଗ୍ରୱାଲଙ୍କ ବାସଭବନକୁ ପୁରୀ ସାଂସଦ ସମ୍ବିତ ପାତ୍ର, ଓଡ଼ିଶା କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଯାଇ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

ଏହି ଅବସରରେ ସାଂସଦ ଶ୍ରୀ ପାତ୍ର ଏବଂ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସ୍ବର୍ଗତ ଅଗ୍ରୱାଲଙ୍କ ବିୟୋଗରେ ଗଭୀର ଦୁଃଖପ୍ରକାଶ କରିବା ସହ ତାଙ୍କ ଫୋଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ତତସହିତ ତାଙ୍କ ପରିବାରବର୍ଗଙ୍କ ସହ କିଛି ସମୟ ଅତିବାହିତ କରିବା ସହ ସେମାନଙ୍କୁ ସାନ୍ତ୍ୱନା ପ୍ରଦାନ କରିଥିଲେ।

ସ୍ବର୍ଗତ ଅଗ୍ରୱାଲ ବାଣପୁର ଅଞ୍ଚଳର ଜଣେ ଲୋକପ୍ରିୟ ବ୍ୟକ୍ତି ଥିଲେ ଏବଂ ସମାଜର ଉନ୍ନତି କ୍ଷେତ୍ରରେ ତାଙ୍କର ବହୁ ଅବଦାନ ଥିବା ଉପସ୍ଥିତ ରାଜନେତା ମାନେ ପ୍ରକାଶ କରିଥିଲେ।  ସୂଚନା ଥାଉକି ସ୍ବର୍ଗତ ଶ୍ରୀ ଅଗ୍ରୱାଲ ବାଣପୁର ସତସଙ୍ଗ ବିହାରର ପୂର୍ବତନ ସଭାପତି ଥିବା ସହ ବହୁ ଧାର୍ମିକ ଏବଂ ସାମାଜିକ ଅନୁଷ୍ଠାନ ସହ ଜଡ଼ିତ ଥିଲେ। ତାଙ୍କର ଚଳିତ ସେପ୍ଟେମ୍ବର ୧ ତାରିଖରେ ଦେହାନ୍ତ ହୋଇଥିଲା।

ଆଇନ ମନ୍ତ୍ରୀ ପୁରୀ ସାଂସଦ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.