Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳ ଷ୍ଟେସନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସ୍ଵାଗତ
ଆଞ୍ଚଳିକ

ବାଲୁଗାଁ ରେଳ ଷ୍ଟେସନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସ୍ଵାଗତ

September 15, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶରେ ୬ ଟି ବନ୍ଦେ ଭାରତ ଏକ୍ସପ୍ରେସକୁ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିଥିବା ବେଳେ ଓଡ଼ିଶାରେ ବ୍ରହ୍ମପୁର-ଟାଟା ନଗର ଓ ରାଉରକେଲା-ହାୱଡା ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ବ୍ରହ୍ମପୁରରୁ ଟାଟା ନଗର ଅଭିମୁଖେ ବନ୍ଦେ ଭାରତ ଏକ୍ସପ୍ରେସକୁ ବାଲୁଗାଁ ରେଳ ଷ୍ଟେସନରେ ସ୍ୱାଗତ କରାଯାଇଛି।

ଏହି ଅବସରରେ ବାଲୁଗାଁ ଷ୍ଟେସନ ଠାରେ ରାଜ୍ୟ ଆଇନ, ଅବକାରୀ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୁରୀ ସାଂସଦ ସମ୍ବିତ ପାତ୍ର ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ଟ୍ରେନ ଓଡ଼ିଶାର ରେଶମ ସହର ବ୍ରହ୍ମପୁର ସହ ଇସ୍ପାତ ସହର ଟାଟାନଗରକୁ ଯୋଡିବ।ବାଲୁଗାଁ ଷ୍ଟେସନରେ ଏହାର ରହଣି ଥିବାରୁ ବାଲୁଗାଁ ତଥା ଆଖପାଖ ଅଞ୍ଚଳବାସୀଙ୍କ ପାଇଁ ଅନେକ ଉପଯୋଗୀ ହୋଇପାରିବ। ଏଥିସହିତ ସହରର ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ହେବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋଷ୍ଣା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବାଲୁଗାଁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ସିଆରଏସଇ ସୁବାସ ଚନ୍ଦ୍ର କର,ଏ ସଆର ଡିଇଇ ପ୍ରସନ୍ନ ପ୍ରଧାନ, ଷ୍ଟେସନ ମ୍ୟାନେଜର ଶଙ୍କର ନାୟକଙ୍କ ସମେତ ରେଳ କର୍ମଚାରୀ ଓ ଯାତ୍ରୀମାନେ ଉପସ୍ଥିତ ଥିଲେ। ଏହି ଟ୍ରେନ ବ୍ରହ୍ମପୁର ଠାରୁ ଟାଟାନଗର ଅତିକ୍ରମ କରିବ।

ଆଜି ଟ୍ରାଏଲ ରନ ଥିବାବେଳେ ବାଲୁଗାଁ ଷ୍ଟେସନରେ ଅପରାହ୍ନ ୧୨.୨୫ ରେ ପହଞ୍ଚି ୧୨.୪୦ ସମୟରେ ଛାଡିଥିଲା। ତେବେ ଉକ୍ତ ଟ୍ରେନରେ ବ୍ରହ୍ମପୁର ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାତ୍ରା କରିଥିବା ବେଳେ ବାଲୁଗାଁ ଷ୍ଟେସନରେ ତାଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଏବଂ ସାଂସଦ ଶ୍ରୀ ପାତ୍ର ଏବଂ ଉପସ୍ଥିତ ଜନସାଧାରଣ ମାନେ ଭବ୍ୟ ସ୍ୱାଗତ କରିଥିଲେ। ସପ୍ତାହରେ ମଙ୍ଗଳବାର ବ୍ୟତୀତ ଅନ୍ୟ ଛ ଦିନ ଉକ୍ତ ଟ୍ରେନ ଚଳାଚଳ କରିବାକୁ ଥିବା ବେଳେ ରେଳ ମନ୍ତ୍ରାଳୟ ପକ୍ଷରୁ ନିୟମିତ ସମୟ ସାରଣୀ ଅନୁଯାୟୀ ଉକ୍ତ ଟ୍ରେନ ବାଲୁଗାଁ ଷ୍ଟେସନରେ ରହିବ ବୋଲି ଷ୍ଟେସନ ମ୍ୟାନେଜର ଶଙ୍କର ନାୟକ ସୂଚନା ଦେଇଛନ୍ତି।

ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ଓ ରେଳ ସୁରକ୍ଷାବଳ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଥିଲା।ବନ୍ଦେ ଭାରତ ଏକ୍ସପ୍ରେସ ବାଲୁଗାଁରେ ରହଣି ନେଇ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିବାସହ ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ବନ୍ଦେ ଭାରତ ଏକ୍ସପ୍ରେସ ବାଲୁଗାଁ ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.