Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଏସିଡ ଆକ୍ରମଣ, ନିରାକରଣ ଓ ଆଇନଗତ ସହାୟତା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର: ଏସିଡ ଆକ୍ରମଣ, ନିରାକରଣ ଓ ଆଇନଗତ ସହାୟତା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ

September 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାଣପୁର ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏସିଡ୍ ଆକ୍ରମଣ, ଏହାର ନିରାକରଣ, ଆଇନଗତ ସହାୟତା ସମ୍ପର୍କିତ ଏକ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଚାରପତି ଶ୍ରୀ ମହାପାତ୍ର ଉକ୍ତ କାର୍ଯ୍ୟକ୍ରମର ଆଇନଗତ ଦିଗ, ପୀଡ଼ିତାଙ୍କ ପାଇଁ ଚିକିତ୍ସା ପଦ୍ଧତି, ଆର୍ଥିକ ସହାୟତା, ପୀଡ଼ିତାଙ୍କ ପାଇଁ କ୍ଷତିପୂରଣ ତଥା ଜାତୀୟ ଆଇନ ସେବା ପ୍ରାଧିକରଣ ତରଫରୁ ଏସିଡ ଆକ୍ରମଣରେ କ୍ଷତିଗ୍ରସ୍ତଙ୍କ ପାଇଁ ଥିବା ବିଭିନ୍ନ ଆଇନଗତ ସୁବିଧା ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନ କରାଇଥିଲେ।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଣପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ ଯୋଗଦେଇ ଛାତ୍ରୀମାନଙ୍କୁ ସଚେତନ କରାଇଥିଲେ। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀ ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବାବେଳେ ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତା, ପୂର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ, ଆଇନଜୀବୀ ଜଗଦୀଶ ପଟ୍ଟନାୟକ ଓ ସୀତାରାମ ଅଗ୍ରୱାଲ ପ୍ରମୁଖ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜର ମତାମତ ଉପସ୍ଥାପନ କରିଥିଲେ।

ବିଦ୍ୟାଳୟର ଗୃହ ବିଜ୍ଞାନ ଅଧ୍ୟାପିକା ପ୍ରମୋଦିନୀ ସାମନ୍ତରାୟ, ସଂସ୍କୃତ ବିଭାଗ ଅଧ୍ୟାପିକା ରୋଜାଲିନ ଦାସଙ୍କ ସମେତ ଅନ୍ୟାନ୍ୟ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନେ ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

ଏସିଡ ଆକ୍ରମଣ ତାଲୁକ ଆଇନ ସେବା ସମିତି ବାଣପୁର ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.