Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ପୋକ୍ସୋ ଆଇନ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ବ୍ଲକରେ ପୋକ୍ସୋ ଆଇନ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

September 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବ୍ଲକ ସଭାଗୃହରେ ପୋକ୍ସୋ ଆଇନ ଏବଂ ଉକ୍ତ ଆଇନ ଅଧୀନ ମହିଳା ପୀଡ଼ିତାଙ୍କ ନିମନ୍ତେ କ୍ଷତିପୂରଣ ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଭାରପ୍ରାପ୍ତ ଅତିରିକ୍ତ ବିଡ଼ିଓ ନିରାକାର ଜେନା, ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା, ଆଇନଜୀବୀ ଜଗଦିଶ ପଟ୍ଟନାୟକ, ସୀତାରାମ ଅଗ୍ରୱାଲ, କାମେଶ୍ୱର ଆଚାରୀ ଏବଂ ବାଣପୁର ବ୍ଲକ ଓ ଏନଏସି ର ବହୁ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।

ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଶିଶୁ ମାନଙ୍କ ଉପରେ ହେଉଥିବା ବିଭିନ୍ନ ଅପରାଧ ଏବଂ ଦଣ୍ଡବିଧାନ ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ଶିଶୁମାନଙ୍କ ବିରୁଦ୍ଧରେ ହେଉଥିବା ଯୌନ ନିର୍ଯ୍ୟାତନା, ହିଂସା ଏବଂ ଯୌନ ଉଦ୍ଦୀପକ (ପର୍ଣ୍ଣଗ୍ରାଫି) ପ୍ରକାଶନ, ବିତରଣ ଏବଂ ତାହାକୁ ନିଜ ପାଖରେ ରଖିବା ଅପରାଧ ବୋଲି ବିବେଚିତ କରିଥିଲେ। ଶିଶୁଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ଲୁଚାଇରଖିବା ଏବଂ ଶିଶୁଙ୍କର ପରିଚୟ ପ୍ରକାଶ କରିବା ମଧ୍ୟ ଉକ୍ତ ଆଇନ ଅନୁଯାୟୀ ଏକ ଦଣ୍ଡନୀୟ ଅପରାଧ। ତତସହିତ ପୀଡ଼ିତାଙ୍କ ନିମନ୍ତେ ଉକ୍ତ ଆଇନ ଅନ୍ତର୍ଗତ କ୍ଷତିପୂରଣ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ ବିଚାରପତି ଶ୍ରୀ ମହାପାତ୍ର।

ତାଲୁକ ଆଇନ ସେବା ସମିତି ପୋକ୍ସୋ ଆଇନ ବାଣପୁର ବ୍ଲକ ଯୌନ ନିର୍ଯ୍ୟାତନା ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.