Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ନରସିଂହପୁର କ୍ଲଷ୍ଟରରେ ସୁରଭି ଉଦଯାପିତ
ଆଞ୍ଚଳିକ

ରଣପୁର: ନରସିଂହପୁର କ୍ଲଷ୍ଟରରେ ସୁରଭି ଉଦଯାପିତ

October 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକ ନରସିଂହପୁର ନରସିଂହପୁର କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମ ସହ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନରସିଂହପୁର ଗ୍ରାମପଂଚାୟତ ସରପଞ୍ଚ ଝୁନୁବାଳା ରଣସିଂହ, ମୁଖ୍ୟ ବକ୍ତା ଭାବେ ନୟାଗଡ ଜିଲ୍ଲା ଓୟୁଜେ ସଭାପତି ତଥା ବରିଷ୍ଠ ସାମ୍ବାଦିକ ବିଶ୍ୱରଂଜନ ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ନରସିଂହପୁର ସମିତିସଭ୍ୟା ଗୀତାଞ୍ଜଳି ସାହୁ, ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଦେଶୀନି ପତି, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ, ନରସିଂହପୁର ଉଚ୍ଚ ବିଦ୍ୟାଳୟର ଅତିଥି ଶିକ୍ଷକ ଫକୀର ଚରଣ ନାୟକ, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ସାହୁ, ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳାଦ୍ରି ସୁବୁଦ୍ଧି ପ୍ରମୁଖ ଯୋଗ ଦେଇଥିଲେ।

ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ସରୋଜିନୀ ମଙ୍ଗରାଜଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱାଗତ ସଙ୍ଗୀତ ଓ ସ୍ୱାଗତ ନୃତ୍ୟ ମାଧ୍ୟମରେରେ ଅତିଥିଙ୍କୁ ସ୍ୱାଗତ କରାଯାଇଥିଲା। ଏହା ପରେ ଛାତ୍ରଛାତ୍ରୀମାନେ ଅତିଥିମାନଙ୍କୁ ଫୁଲ ଚନ୍ଦନ, ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ସାମନ୍ତରାପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ। ଅତିଥିମାନଙ୍କ ଅଭିଭାଷଣ ପରେ ସୁରଭି କାର୍ଯ୍ୟକ୍ରମଙ୍କୁ ଆନୁଷ୍ଠାନିକ ଭାବେ ଅତିଥିଙ୍କ ଦ୍ୱାରା ଉଦଘାଟନ କରାଯାଇଥିଲା।

ଏହା ପରେ ପିଲାମାନଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ ଲିଖନ, ସଙ୍ଗୀତ, ଚିତାଙ୍କନ, ସୃଜନଶୀଳ ଲିଖନ, କୁଇଜ, ହସ୍ତାକ୍ଷର ଲିଖନ, ଚିତ୍ରକଳା, ଶିଳ୍ପକଳା ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରତିଯୋଗିତା କରାଯାଇଥିଲା। ଏଥିରେ କ୍ଲଷ୍ଟରରେ ଥିବା ୧୧ ଟି ବିଦ୍ୟାଳୟରୁ ପ୍ରାୟ ୨୦୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

ଅପରାହ୍ନରେ ଆୟୋଜିତ ହୋଇଥିଲା ଉଦଜାପାନୀ ସଭାରେ ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଦେଶୀନି ପତି, ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ, ନରସିଂହପୁର ଉଚ୍ଚ ବିଦ୍ୟାଳୟର ଅତିଥି ଶିକ୍ଷକ ଫକୀର ଚରଣ ନାୟକ, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ସାହୁ, ପାମ୍ପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମହାନ୍ତି, ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳାଦ୍ରି ସୁବୁଦ୍ଧି, ଅବସର ପ୍ରାପ୍ତ ଶିକ୍ଷକ ମହେନ୍ଦ୍ର ସାହୁ, ନିହଲ୍ଲପ୍ରସାଦ ଶିକ୍ଷକ ଭ୍ରମରବର ତାଡ଼ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ସାର୍ଟିଫିକେଟ, ଟ୍ରଫି ଓ ମେଡାଲ ଦେଇ ପୁରସ୍କୃତ କରିଥିଲେ।

କ୍ଲଷ୍ଟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ନରସିଂହପୁର ଉଚ୍ଚ ବିଦ୍ୟାଳୟର ସମସ୍ତ କମିଟି ସଦସ୍ୟସଦସ୍ୟା, ନରସିଂହପୁର ଗ୍ରାମବାସୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା କରି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ବରିଷ୍ଠ ଶିକ୍ଷକ ଗୋଦାବରୀ ନାୟକ ଧନ୍ୟବାଦ ଦେଇଥିଲେ।

'ସୁରଭି' ନରସିଂହପୁର କ୍ଲଷ୍ଟର ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରେ ବୁଡି ବରିଷ୍ଠ ନାଗରିକଙ୍କ ମୃତ୍ୟୁ

July 21, 2025

ନରସିଂହପୁର କ୍ଲଷ୍ଟରରେ ଅନୁଷ୍ଠିତ ହେଲା ପ୍ରଥମ ମାସିକ କ୍ଲଷ୍ଟର ବୈଠକ

July 19, 2025

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଦ୍ଵିତୀୟ ବନମହୋତ୍ସବ ପାଳିତ

July 18, 2025

ବାଣପୁର: ଦିବଂଗତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଦଗତି ପାଇଁ ସାମୁହିକ ଦୀପ ଦାନ

July 17, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.