Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ
ଆଞ୍ଚଳିକ

ବାଣପୁର ବ୍ଲକସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

October 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ, ବାଣପୁର ଆନୁକୂଲ୍ୟରେ ବାଣପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ମଣ୍ଡଳସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ଗୁରୁବାର ଦିନ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସି.ଏଚ୍. ବିଜୟଲକ୍ଷ୍ମୀଙ୍କ ଆବାହକତ୍ୱରେ ମୁଖ୍ୟ ଅତିଥିଭାବେ ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏହାକୁ ଉଦ୍‌ଘାଟନ କରିଥିଲେ।

ମୁଖ୍ୟବକ୍ତା ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଖୋର୍ଦ୍ଧାର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ମହେଶ କୁମାର ବେହେରା ଯୋଗ ଦେଇ ମୌଳିକ ସ୍ତରରେ ପିଲାମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ବନ୍ଧୀୟ ସମସ୍ତ ଦକ୍ଷତା ଓ କୌଶଳ ହାସଲ ନିମନ୍ତେ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ, ଗୋଷ୍ଠୀ ଓ ଜନପ୍ରତିନିଧିମାନଙ୍କର ମିଳିତ ସହଯୋଗର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ।

ସମ୍ମାନୀତ ଅତିଥି ଖୋର୍ଦ୍ଧା ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଗୋପିନାଥ ମହାରଣା ଓ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଦକ୍ଷତାଗୁଡ଼ିକୁ ହାସଲ କରିବା ନିମନ୍ତେ ସମସ୍ତେ ଯତ୍ନବାନ ହେବାକୁ ମତାମତ ଦେଇଥିଲେ। ଉପସ୍ତିତ ବାଣପୁରର ୧୭ ଗ୍ରାମ ପଞ୍ଚାୟତର ସରପଞ୍ଚ ମାନେ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମକୁ ବ୍ୟବସ୍ଥିତ ଢଙ୍ଗରେ ଆଗେଇ ନେଇ ସଫଳ କରିବାକୁ ଦୃଢ ପ୍ରତିଶୃତି ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ସଫଳ କରିବାକୁ ଶିକ୍ଷକ, ଅଭିଭାବକ, ଜନପ୍ରତିନିଧି ,ସାମ୍ବାଦିକ , ପ୍ରଶାସନ ଓ ଶିକ୍ଷା ବିଭାଗର ଅଧିକାରୀ ମାନଙ୍କର ସହଭାଗୀତାର ଆବଶ୍ୟକତା ରହିଛି।

ବିଦ୍ୟାଳୟସ୍ତରରେ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମକୁ କାର୍ଯ୍ୟକାରି ଓ ସଫଳ କରିବାପାଇଁ ଉପସ୍ଥିତ ଅଂଶଗ୍ରହଣକାରୀ ମାନେ ଶପଥ ପାଠ କରିଥିଲେ। ଏହି ପରିପ୍ରେକ୍ଷୀରେ ସମସ୍ତ ଅତିଥିମାନଙ୍କ ଦ୍ଵାରା ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବାଣପୁର ବ୍ଳକ ଏ.ବି.ଡି. ଓ , ସି.ଡ଼ି.ପି.ଓ. , ସମସ୍ତ ସି.ଆର୍.ସି.ସି., ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ ଓ ଶିକ୍ଷକ ଉପସ୍ଥିତ ଥିଲେ। ଶେଷରେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ପ୍ରଭାତ କୁମାର ସେଠି ଧନ୍ୟବାଦ ଅର୍ପଣ କରିଥିଲେ।

ନିପୁଣ ଓଡ଼ିଶା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.