Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ

October 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସିଙ୍ଗେଶ୍ୱର ପଞ୍ଚାୟତ ଅନ୍ତର୍ଗତ କିମ୍ଭିରିପଡାସ୍ଥିତ ବରିଷ୍ଠ ନାଗରିକ ଆବାସ ସେବାଶ୍ରମ, ବିଶ୍ୱଜୀବନ ସେବା ସଙ୍ଘ ଠାରେ ବାଣପୁର ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମେରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ମାନସିକ ଅନଗ୍ରସର, ବରିଷ୍ଠ ନାଗରିକଙ୍କ ସୁରକ୍ଷା ଓ ସରକାରୀ ସହାୟତା ସମ୍ବନ୍ଧୀୟ ବିଭିନ୍ନ ଆଇନ ବିଷୟରେ ଆଲୋଚନା କରିଥିଲେ। ଅପରାହ୍ନରେ ବରିଷ୍ଠ ନାଗରିକ ଆବାସରେ ବାସ କରୁଥିବା ଅନ୍ତେବାସୀଙ୍କୁ ମିଳିମିଶି ପରିବାର ପରି ଚଳିବା ପାଇଁ ବିଚାରପତି ପରାମର୍ଶ ଦେଇଥିଲେ।

ଆଇନ ଅନୁଯାୟୀ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ତଥା ତାଙ୍କ ଥଇଥାନ କରିବା ଦାୟିତ୍ୱ ସରକାରଙ୍କ ଏବଂ ଏଥିନିମନ୍ତେ ସମସ୍ତ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ଦାଇତ୍ୱ ଦିଆଯାଇଛି। ଯଦି କୌଣସି ମାନସିକ ବିକାରଗସ୍ତ ବ୍ୟକ୍ତି ତଥା ବରିଷ୍ଠ ନାଗରିକ ମାନେ ଆଇନଗତ ସହାୟତା ନେବାକୁ ଚାହିଁବେ ତେବେ ସେମାନେ ତାଲୁକ ଆଇନ ସେବା କମିଟି ମାଧ୍ୟମରେ ସହାୟତା ପାଇପାରିବେ ବୋଲି ବିଚାରପତି ଶ୍ରୀ ମହାପାତ୍ର କହିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ବାଣପୁର ଓକିଲ ସଂଘର ସମ୍ପାଦକ ରଞ୍ଜନ କୁମାର ବେଦମତା, ଆଇନଜୀବି ଅଶୋକ ପାଇକରାୟ, ସମାଜସେବୀ ସୁକାନ୍ତ ବିଶ୍ୱାଳ ଆଦି ଯୋଗ ଦେଇଥିଲେ।

ଅନୁରୂପ ଭାବେ ବାଣପୁର କୋଟ କର୍ମଚାରୀ, ବିଶ୍ୱ ଜୀବନ ସେବା ସଂଘର ମ୍ୟାନେଜର ଜୟ କୃଷ୍ଣ ପଟ୍ଟନାୟକ ଏଥିରେ ସହଯୋଗ କରିଥିଲେ। ପରିଶେଷରେ ବାଣପୁର ଓକିଲ ସଂଘର ଉପସଭାପତି ରାମ ଚନ୍ଦ୍ର ପଲାଇ ଧନ୍ୟବାଦ ଅର୍ପଣ କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.