Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦିନମଜୁରିଆଙ୍କ ପୁଅ, ବାଣପୁର ପାଇଁ ଆଣିଲେ ଗୌରବ
ଆଞ୍ଚଳିକ

ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦିନମଜୁରିଆଙ୍କ ପୁଅ, ବାଣପୁର ପାଇଁ ଆଣିଲେ ଗୌରବ

October 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗତକାଲି ରାତିରେ ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୨ ର ଫଳ ପ୍ରକାଶ ପାଇଛି। ତେବେ ଉକ୍ତ ପରୀକ୍ଷାରେ ସାରା ଓଡ଼ିଶାରେ ୨୪୭ ର‍୍ୟାଙ୍କ ରଖିଛନ୍ତି ବାଣପୁରର ରାକେଶ ଜେନା।

ବାଣପୁର ବ୍ଲକ ଭେଟେଶ୍ୱର ପଞ୍ଚାୟତ ଭାପୁର ଗ୍ରାମର ପ୍ରକାଶ ଜେନାଙ୍କ ପୁଅ ଅଟନ୍ତି ରାକେଶ। ବାପା ପେଶାରେ ଜଣେ ଦିନମଜୁରିଆ ହୋଇଥିବାବେଳେ ମାତା ଗୃହିଣୀ ଅଟନ୍ତି। ଏକ ସାଧାରଣ ପରିବାରରୁ ଆସି ବହୁ ବାଧାବିଘ୍ନ ଅତିକ୍ରମ କରି ନିଜର କଠିନ ପରିଶ୍ରମ ଫଳରେ ଉକ୍ତ ପରୀକ୍ଷାରେ ସଫଳ ହୋଇପାରିଛନ୍ତି ରାକେଶ।

ରାକେଶ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରୁ +୨ ଏବଂ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସିଲ କରିଛନ୍ତି। ପିଲାଟି ଦିନରୁ ରାକେଶ ଜଣେ ମେଧାବୀ ଛାତ୍ର ହୋଇଥିବାବେଳେ ଦୀର୍ଘ ୭ ବର୍ଷ ହେଲା ଓପିଏସସି ପାଇଁ ପ୍ରସ୍ତୁତି ଜାରି ରଖିଥିଲେ। ଏଥି ନିମନ୍ତେ ସେ ଦିନକୁ ୮-୧୦ ଘଣ୍ଟା ଯାଏଁ ପରିଶ୍ରମ କରୁଥିଲେ।

ସେ ୨୦୨୦ ମସିହାରେ ଦିଲ୍ଲୀ ଶୁଭ୍ରାଂରଞ୍ଜନ ଏକାଡେମୀ ଓ ପରେ ୨୦୧୮ ମସିହାରେ ଭୁବନେଶ୍ୱରର ବାଜିରାଓ ଏକାଡେମିରେ ଏକ ବର୍ଷ ପାଇଁ କୋଚିଂ ନେଇଥିଲେ ଓ ପରବର୍ତ୍ତୀ ସମୟରେ ୟୁଟ୍ୟୁବ ରୁ ନିଜେ ପାଠ ପଢୁଥିଲେ।

ସମାଜରେ ନିଷ୍ପେସିତ ଏବଂ ଅସହାୟ ଜନସାଧାରଣଙ୍କୁ ସାହାଯ୍ୟ କରିବା ତାଙ୍କର ପ୍ରାଥମିକତା ରହିବ ବୋଲି କହିଛନ୍ତି ରାକେଶ। ନିଜର ସଫଳତାର ସମସ୍ତ ଶ୍ରେୟ ନିଜ ମାତା ପିତା ଏବଂ ଗୁରୁଜନ ମାନଙ୍କୁ ଦେଇଛନ୍ତି ରାକେଶ। ରାକେଶଙ୍କ ଉକ୍ତ ସଫଳତାରେ ସମଗ୍ର ବାଣପୁର ଓ ଚିଲିକା ଅଞ୍ଚଳବାସୀ ଗର୍ବ ଅନୁଭବ କରିବା ସହ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଓଡିଶା ଲୋକସେବା ଆୟୋଗ ଓଡିଶା ସିଭିଲ ସର୍ଭିସ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.