Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜାତୀୟ ଆଇନ ସେବା ଦିବସ ଅବସରରେ ବାଣପୁରରେ ଏକାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ଜାତୀୟ ଆଇନ ସେବା ଦିବସ ଅବସରରେ ବାଣପୁରରେ ଏକାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

November 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଜାତୀୟ ଆଇନ ସେବା ଦିବସ ଅବସରରେ ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ତିନି ଦିନ ବ୍ୟାପି ବାଣପୁର ଓ ବାଲୁଗାଁ ଅଞ୍ଚଳରେ ଏକାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଲୁଗାଁ ଗାନ୍ଧୀ ଛକ, ବାଣପୁର ମା’ ଭଗବତୀ ମନ୍ଦିର, ପଲଟନ ପଡିଆ ଏବଂ ତହସିଲ କାର୍ଯ୍ୟାଳୟ ନିକଟରେ ଓଡ଼ିଶାର ଲୋକକଳା ଦାସକାଠିଆ କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ଜନସାଧାରଣଙ୍କୁ ଆଇନ ସଚେତନତା କରାଯାଇଥିଲା।

ଏହି ଅବସରରେ ବାଣପୁର କୋର୍ଟ ପରିସରରୁ ଏକ ଆଇନ ସଚେତନତା ପଦଯାତ୍ରା ବାହାରି ସହର ପରିକ୍ରମା କରି ପୁନଶ୍ଚ କୋର୍ଟରେ ପହଞ୍ଚିଥିଲା ଯେଉଁଥିରେ ବିଚାରପତି ଶ୍ରୀ ମହାପାତ୍ର, ଅନେକ ଆଇନଜୀବୀ ଏବଂ କୋର୍ଟ କର୍ମଚାରୀଙ୍କ ସମେତ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ।

ଅନୁରୂପ ଭାବେ ବାଣପୁର ବ୍ଲକ ସଭାଗୃହରେ ବିଚାରପତି ଶ୍ରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବ୍ଲକର ଅଙ୍ଗନବାଡି କର୍ମୀଙ୍କ ଉଦେଶ୍ୟରେ ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ସଭାକୁ ବାଣପୁର ବ୍ଲକ ସିଡ଼ିପିଓ ନର୍ମଦା ବେହେରା ପରିଚାଳନା କରିଥିବାବେଳେ ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା , ବରିଷ୍ଠ ଆଇନଜୀବୀ ବିପ୍ଳବ କୁମାର ମୁଦୁଲି, ଜଗଦୀଶ ପଟ୍ଟନାୟକ, ସନ୍ତୋଷ କୁମାର ମହାପାତ୍ର, ସୀତାରାମ ଅଗ୍ରୱାଲ,ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକଙ୍କ ସମେତ ବ୍ଲକର ସମସ୍ତ ଅଙ୍ଗନବାଡି କର୍ମୀମାନେ ଯୋଗଦେଇଥିଲେ। ବିଚାରପତି ଶ୍ରୀ ମହାପାତ୍ର ଏବଂ ବରିଷ୍ଠ ଆଇନଜୀବୀ ଶ୍ରୀ ମୁଦୁଲି ନିଃଶୁଳ୍କ ଆଇନ ସେବ ସମେତ ଲୋକ ଅଦାଲତ, ସ୍ଥାୟୀ ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର ଏବଂ ନ୍ୟାୟ ସଂଯୋଗର କାର୍ଯ୍ୟ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ।

ସେହିପରି ଅନ୍ୟ ଏକ ଆଇନ ସଚେତନତା କାର୍ଯ୍ୟକ୍ରମରେ ବରିଷ୍ଠ ଆଇନଜୀବୀ ବିପ୍ଳବ କୁମାର ମୁଦୁଲି, ଜଗଦିଶ ପଟ୍ଟନାୟକ ଏବଂ ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ ‘ଏଜୁକେୟାର’ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉପରୋକ୍ତ ଆଇନ ବିଷୟରେ ସଚେତନ କରାଇଥିଲେ।

ତେବେ ଆଇନ ସେବା ଦିବସ ପାଳନ ସହିତ ନିଃଶୁଳ୍କ ଆଇନ ସେବା ପାଇବା ପାଇଁ ଯୋଗ୍ୟ ହିତାଧିକାରୀ, ବିଭିନ୍ନ ଆଇନସେବା ପ୍ରାଧିକରଣ, ଏହାର କର୍ମକର୍ତ୍ତା, ଆଇନସେବା ପ୍ରାଧିକରଣଗୁଡିକର କାର୍ଯ୍ୟ, ପାରା ଲିଗାଲ ସ୍ବେଛାସେବୀଙ୍କ କାର୍ଯ୍ୟ, ପ୍ୟାନେଲ ଆଇନଜୀବୀଙ୍କ କାର୍ଯ୍ୟ, ଆଇନ ସହାୟତା, ମଧ୍ୟସ୍ଥତା କେନ୍ଦ୍ର ମାଧ୍ୟମରେ ଦୀର୍ଘଦିନର ବିବାଦର ସ୍ଥାୟୀ ସମାଧାନ ଓ ସର୍ବୋପରି ଲୋକ ଅଦାଲତ ଓ ନ୍ୟାୟ ସଂଯୋଗର ଉପକାରିତା ବିଷୟରେ ସାଧାରଣ ଜନତାଙ୍କ ଭିତରେ ଏକ ବ୍ୟାପକ ସଚେତନତା ସୃଷ୍ଟି କରିବା ଦୀର୍ଘ ତିନି ଦିନର ଉକ୍ତ ଆଇନ ସଚେତନତା କାର୍ଯ୍ୟକ୍ରମଗୁଡିକର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ଆଇନ ସଚେତନତା କାର୍ଯ୍ୟକ୍ରମ ଜାତୀୟ ଆଇନ ସେବା ଦିବସ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.