Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବିଦ୍ୟାଳୟରେ ଶିଶୁ ଦିବସ ପାଳନ ସହ କୃତ୍ତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଆଞ୍ଚଳିକ

ରଣପୁର: ବିଦ୍ୟାଳୟରେ ଶିଶୁ ଦିବସ ପାଳନ ସହ କୃତ୍ତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

November 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ନଭେମ୍ବର ୧୪ ତାରିଖ, ୧୮୮୯ ମସିହାରେ ରେ ଜନ୍ମ ଗ୍ରହଣ କରିଥିଲେ। ସେ ପିଲାମାନଙ୍କୁ ବହୁତ ଭଲ ପାଉଥିଲେ। ତାଙ୍କର ଜନ୍ମ ଦିନକୁ ସ୍ମରଣୀୟ କରି ରଖିବା ପାଇଁଁ ସାରା ଦେଶରେ ଶୁଶୁ ଦିବସ ପାଳନ କରାଯାଉଛି। ସେହିପରି ରଣପୁର ସମସ୍ତ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇଯାଇଛି।

ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥି ଭାବେ ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ମୋ ସ୍କୁଲ ସଭାପତି ଗଣେଶ୍ୱର ପ୍ରଧାନ, ୱାର୍ଡ ମେମ୍ବର ସରୋଜିନୀ ପ୍ରଧାନ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଥମେ ଚାଚା ନେହେରୁଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଏହା ପରେ ପିଲାମାନଙ୍କ ଅନୁରୋଧ କ୍ରମେ କେକ୍ କଟାଯାଇଥିଲା। ଶିକ୍ଷକ ଦିଲ୍ଲୀପ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ।

ଏଥିରେ ୨୦୨୩-୨୪ ଶିକ୍ଷା ବର୍ଷରେ ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ କୃତିତ୍ୱ ହାସଲ କରି ବିଦ୍ୟାଳୟ ତଥା ଗ୍ରାମ ପାଇଁ ଗୌରବ ଆଣିଥିବା ଜ୍ୟୋତି ପ୍ରକାଶ ପ୍ରଧାନଙ୍କୁ ଉପଢୌକନ ଓ ଟ୍ରଫି ଦେଇ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଗତ ମାସରେ ଅବସର ନେଇଥିବା ବିଦ୍ୟାଳୟର ପାଚକ ସହାୟକ ଯଦୁମଣି ବିଶ୍ୱାଳଙ୍କୁ ମଧ୍ୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।

ଏହା ସହ ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, କୁଇଜ, ପ୍ରବନ୍ଧ ଲିଖନ, ବକ୍ତୃତା ଓ ସଙ୍ଗୀତ ଆଦି କ୍ଷେତ୍ରରେ ପ୍ରତିଯୋଗିତା କରାଯାଇଥିଲା। ଏଥିରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମେଡାଲ ଦିଆଯାଇ ପୁରସ୍କୃତ କରାଯାଇଥିଲା।

ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ଜବାହାରଲାଲ ନେହେରୁ ରଣପୁର ଶିଶୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.