Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବିଂଶତମ ବିଜ୍ଞାନ ପ୍ରଦର୍ଶନୀ
ଆଞ୍ଚଳିକ

ବାଲୁଗାଁ: ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବିଂଶତମ ବିଜ୍ଞାନ ପ୍ରଦର୍ଶନୀ

November 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ଗୋପବନ୍ଧୁ ନଗର ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପକ୍ଷରୁ ଆଜି ଶ୍ରୀ ଅରବିନ୍ଦଙ୍କ ପବିତ୍ର ସିଦ୍ଧି ଦିବସ ଅବସରରେ ବିଂଶତମ ବିଜ୍ଞାନ ପ୍ରଦର୍ଶନୀ ଓ ପ୍ରକଳ୍ପଭିତ୍ତିକ ସାହିତ୍ୟ, ଇତିହାସ, ଚିତ୍ରକଳା ତଥା ସର୍ଜନାତ୍ମକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ରମାକାନ୍ତ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସଭାରେ ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଚିଲିକା ବ୍ଲକର ସହ ଶିକ୍ଷାଧିକାରୀ ନୀଳାଦ୍ରି ଭୂଷଣ ଦାଶ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଥିଲେ।

ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ପ୍ରଦୀପ କୁମାର ମହାପାତ୍ର ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ପରେ ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଦାଶ ବିଭିନ୍ନ ମହାପୁରୁଷଙ୍କ ଦୃଷ୍ଟିରେ ଶିକ୍ଷାର ଉଦ୍ଦେଶ୍ୟ ସହିତ ପୂର୍ଣ୍ଣାଙ୍ଗ ଶିକ୍ଷାର ପ୍ରାସଙ୍ଗିକତା ଓ ଶିକ୍ଷାର୍ଥୀମାନଙ୍କର ବୈଜ୍ଞାନିକ ମନୋବୃତ୍ତି ଓ ସର୍ଜନଶୀଳତାର ପରିସ୍ପୁଟନ ନିମିତ୍ତ ବାର୍ଷିକ ପ୍ରଦର୍ଶନୀରେ ଅଧିକରୁ ଅଧିକ ସଂଖ୍ୟକ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ।

ମୁଖ୍ୟ ଅତିଥି ପ୍ରଫେସର ନନ୍ଦ ଭାରତୀୟ ସମ୍ବିଧାନରେ ପ୍ରତ୍ୟେକ ନାଗରିକଙ୍କର ବୈଜ୍ଞାନିକ ଜିଜ୍ଞାସା ବିକଶିତ କରିବାର ମୌଳିକ ଅଧିକାର ସମ୍ପର୍କରେ ବକ୍ତବ୍ୟ ଦେବା ସହ ଦୈନନ୍ଦିନ ଜୀବନରେ ପ୍ରତିଟି କ୍ଷେତ୍ରରେ କିପରି ବିଜ୍ଞାନ ଆମକୁ ସଠିକ ଜ୍ଞାନ ପ୍ରଦାନ କରୁଛି ଓ ପରିଚାଳିତ କରୁଛି ସେ ସମ୍ପର୍କରେ ଉଭୟ ପିତାମାତା ଓ ଶିକ୍ଷକ ମାନେ ପିଲାମାନଙ୍କୁ ଦିଗଦର୍ଶନ ଦେବାପାଇଁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଜିଲ୍ଲା ପାଠଚକ୍ର ସଂଯୋଜକ ସୁରେନ୍ଦ୍ର ଜେନା, ପ୍ରକାଶ କୁମାର ମହାପାତ୍ର ଓ ବାଣପୁର ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ସଞ୍ଜୟ କୁମାର ଦାଶ ଶିକ୍ଷାର୍ଥୀମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ରମାକାନ୍ତ ନନ୍ଦ ସମସ୍ତଙ୍କୁ କୃତଜ୍ଞତା ଅର୍ପଣ କରିଥିବା ବେଳେ କୈଳାଶ ଚନ୍ଦ୍ର ମହାରଣା ସଂଯୋଜନା କରିଥିଲେ। ପ୍ରଦର୍ଶିତ ହୋଇଥିବା ଦୁଇଶହରୁ ଉର୍ଦ୍ଧ୍ଵ ବିଜ୍ଞାନ ପ୍ରକଳ୍ପକୁ ଶିକ୍ଷାକେନ୍ଦ୍ରର ବରିଷ୍ଠ ଶିକ୍ଷକ ସର୍ବେଶ୍ୱର ମହାରଣା, ଦିବ୍ୟକାନ୍ତ ସ୍ୱାଇଁ,ପଦ୍ମାଳୟା ଜେନା, ଅଞ୍ଜୁଶ୍ରୀ ନାୟକ, ମଞ୍ଜୁବାଳା ମହାପାତ୍ର, ସଂଗୀତା ମହାପାତ୍ର,ରାମଚନ୍ଦ୍ର ଜେନା ପ୍ରମୁଖ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା କରିଥିଲେ।

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.