Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକ୍ ର ଡୁଙ୍ଗମାଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା ବ୍ଲକ୍ ର ଡୁଙ୍ଗମାଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

November 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ ଅଭିନବ ପ୍ରୟାସ। ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ବ୍ଲକ ସ୍ତରରେ ହେଉଥିବା ବେଳେ, ପଞ୍ଚାୟତ ସ୍ତରରେ ସରକାରୀ ଯୋଜନାକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ଆଉ ପାଦେ ଆଗେଇଛନ୍ତି। ସେ ତାଙ୍କର ଅଭିଯୋଗ ଶୁଣାଣିକୁ ବ୍ଲକ ପରିବର୍ତ୍ତେ ପଞ୍ଚାୟତ ସ୍ତରରେ କରୁଛନ୍ତି।

ଏହି କ୍ରମରେ ସେ ଉକ୍ତ ଅଭିଯାନ ଗତ ୧୪.୧୦.୨୦୨୪ ତାରିଖରୁ ଉପାନ୍ତ ଅଞ୍ଚଳ ଦାମିଆ ବର‌ବରା ପଞ୍ଚାୟତ ,ବାଣପୁର ବ୍ଲକ ରୁ ଆରମ୍ଭ କରିଛନ୍ତି।ଆଜି ଚିଲିକା ବ୍ଲକ ଅନ୍ତର୍ଗତ, ଡୁଙ୍ଗମାଳ ପଞ୍ଚାୟତରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ଏହି ପଦକ୍ଷେପ କୁ ଅଧିକ ଲୋକାଭିମୁଖୀ କରିବାକୁ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ମୋଟ ୧୨୮ଟି ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୪ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୧ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଜଣେ ହିତାଧିକାରୀଙ୍କୁ ୧୦,୦୦0/- ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଜିଲ୍ଲା ଶ୍ରମ ବିଭାଗ ତରଫରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିରରେ କଲ୍ୟାଣ ବୋର୍ଡ ଅଧୀନରେ ପଂଜିକୃତ ୩୭ ଜଣ ଶ୍ରମିକମାନଙ୍କ ମନୋନୀତ ବ୍ୟକ୍ତିଙ୍କୁ ମୃତ୍ୟୁ କାଳୀନ ଓ ଅନ୍ତେଷ୍ଟିକ୍ରୀୟ। ସହାୟତା ବାବଦରେ ୭୪,୮୫,୦୦୦/-.ଟଙ୍କା, ବିବାହ କାଳୀନ ସହାୟତା ମଧ୍ୟମରେ ୪୧ ଜଣ ଙ୍କୁ ୧୯,୭୫,୦୦୦/-ଟଙ୍କା ସହାୟତା ରାଶି, ପ୍ରସୂତି କାଳୀନ ସହୟତ। ବାବଦରେ ୪୧ ଜଣଙ୍କୁ ୪,୧୦,୦୦୦/- ଟଙ୍କା , ଶିକ୍ଷା ସହାୟତା ବାବଦରେ ୧୭୬ ଜଣ ଙ୍କୁ ୧୪,୯୩,୪୦୦./- ଟଙ୍କା ,ସର୍ବମୋଟ ୩୩୨ ଜଣଙ୍କୁ ୧,୧୩,୬୩,୪୦୦/- ଟଙ୍କା ର ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଏହି ଶିବିରକୁ ଜିଲ୍ଲା ଶ୍ରମ ଅଧିକାରୀ (ଖୋର୍ଦ୍ଧା) ଭୁବନେଶ୍ଵର ପ୍ରଭାକର ବିଶ୍ଵାଳ ପରିଚାଳନା କରିଥିଲେ। ସହକାରୀ ଶ୍ରମ ଅଧିକାରୀ ସୌମ୍ୟ ରଞ୍ଜନ କର ଓ କଲ୍ୟାଣ ସଂଯୋଜକ ଲମ୍ବୋଦର ରାଉତ ବ୍ୟାପକ ସଚେତନତା କରାଇଥିଲେ।

ଆଜିର ମିଳିତ ଜନଶୁଣାଣି ଅବସରରେ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ଚିଲିକା ବ୍ଲକ୍ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା, ସି ଡ଼ି ଏମ୍ଓ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର,ବିଡିଓ ହଳଧର ଶବର ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ବ୍ଲକ୍‌ ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.