Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକ୍ ର ଡୁଙ୍ଗମାଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା ବ୍ଲକ୍ ର ଡୁଙ୍ଗମାଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

November 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ ଅଭିନବ ପ୍ରୟାସ। ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ବ୍ଲକ ସ୍ତରରେ ହେଉଥିବା ବେଳେ, ପଞ୍ଚାୟତ ସ୍ତରରେ ସରକାରୀ ଯୋଜନାକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ଆଉ ପାଦେ ଆଗେଇଛନ୍ତି। ସେ ତାଙ୍କର ଅଭିଯୋଗ ଶୁଣାଣିକୁ ବ୍ଲକ ପରିବର୍ତ୍ତେ ପଞ୍ଚାୟତ ସ୍ତରରେ କରୁଛନ୍ତି।

ଏହି କ୍ରମରେ ସେ ଉକ୍ତ ଅଭିଯାନ ଗତ ୧୪.୧୦.୨୦୨୪ ତାରିଖରୁ ଉପାନ୍ତ ଅଞ୍ଚଳ ଦାମିଆ ବର‌ବରା ପଞ୍ଚାୟତ ,ବାଣପୁର ବ୍ଲକ ରୁ ଆରମ୍ଭ କରିଛନ୍ତି।ଆଜି ଚିଲିକା ବ୍ଲକ ଅନ୍ତର୍ଗତ, ଡୁଙ୍ଗମାଳ ପଞ୍ଚାୟତରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ଏହି ପଦକ୍ଷେପ କୁ ଅଧିକ ଲୋକାଭିମୁଖୀ କରିବାକୁ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ମୋଟ ୧୨୮ଟି ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୪ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୧ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଜଣେ ହିତାଧିକାରୀଙ୍କୁ ୧୦,୦୦0/- ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଜିଲ୍ଲା ଶ୍ରମ ବିଭାଗ ତରଫରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିରରେ କଲ୍ୟାଣ ବୋର୍ଡ ଅଧୀନରେ ପଂଜିକୃତ ୩୭ ଜଣ ଶ୍ରମିକମାନଙ୍କ ମନୋନୀତ ବ୍ୟକ୍ତିଙ୍କୁ ମୃତ୍ୟୁ କାଳୀନ ଓ ଅନ୍ତେଷ୍ଟିକ୍ରୀୟ। ସହାୟତା ବାବଦରେ ୭୪,୮୫,୦୦୦/-.ଟଙ୍କା, ବିବାହ କାଳୀନ ସହାୟତା ମଧ୍ୟମରେ ୪୧ ଜଣ ଙ୍କୁ ୧୯,୭୫,୦୦୦/-ଟଙ୍କା ସହାୟତା ରାଶି, ପ୍ରସୂତି କାଳୀନ ସହୟତ। ବାବଦରେ ୪୧ ଜଣଙ୍କୁ ୪,୧୦,୦୦୦/- ଟଙ୍କା , ଶିକ୍ଷା ସହାୟତା ବାବଦରେ ୧୭୬ ଜଣ ଙ୍କୁ ୧୪,୯୩,୪୦୦./- ଟଙ୍କା ,ସର୍ବମୋଟ ୩୩୨ ଜଣଙ୍କୁ ୧,୧୩,୬୩,୪୦୦/- ଟଙ୍କା ର ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଏହି ଶିବିରକୁ ଜିଲ୍ଲା ଶ୍ରମ ଅଧିକାରୀ (ଖୋର୍ଦ୍ଧା) ଭୁବନେଶ୍ଵର ପ୍ରଭାକର ବିଶ୍ଵାଳ ପରିଚାଳନା କରିଥିଲେ। ସହକାରୀ ଶ୍ରମ ଅଧିକାରୀ ସୌମ୍ୟ ରଞ୍ଜନ କର ଓ କଲ୍ୟାଣ ସଂଯୋଜକ ଲମ୍ବୋଦର ରାଉତ ବ୍ୟାପକ ସଚେତନତା କରାଇଥିଲେ।

ଆଜିର ମିଳିତ ଜନଶୁଣାଣି ଅବସରରେ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ଚିଲିକା ବ୍ଲକ୍ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା, ସି ଡ଼ି ଏମ୍ଓ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର,ବିଡିଓ ହଳଧର ଶବର ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ବ୍ଲକ୍‌ ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026
Latest News

କର୍ଣ୍ଣାଟକ ଏସ୍‌ଆଇଆର୍‌: ବାଦ୍ ପଡ଼ିଲେ ପ୍ରାୟ ୧ କୋଟି ଭୋଟର

October 27, 2026

ବାତ୍ୟା “ଅର୍ଣ୍ଣବ” ପାଇଁ ଆଉ ଚାରିଟି ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ୍

October 27, 2026

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ: ‘ଗଠନମୂଳକ ପରାମର୍ଶ ଆଶା କରୁଛୁ’

October 27, 2026

ନଭେମ୍ବର ୧ରେ INDIA ମେଣ୍ଟର ମହାରାଲିକୁ ଗ୍ରୀନ୍ ସିଗନାଲ୍! ଜ୍ଞାନେଶ କୁମାରଙ୍କ ବିରୋଧରେ ଗର୍ଜିବେ ବିରୋଧୀ

October 27, 2026

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ପ୍ରଯୁକ୍ତି ବିଦ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

October 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.