Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 
ଆଞ୍ଚଳିକ

ବାଣପୁର କୋର୍ଟରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 

November 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ କୋର୍ଟ ପରିସରରେ ପୋକ୍ସୋ ଆଇନ, କିଶୋର ନ୍ୟାୟ ଯତ୍ନ ଓ ସୁରକ୍ଷା ଅଧିନିୟମ ଏବଂ ଉକ୍ତ ଆଇନ ଅଧୀନ ମହିଳା ପୀଡ଼ିତା ଓ ଶିଶୁ ଙ୍କ ନିମନ୍ତେ କ୍ଷତିପୂରଣ ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା, ପୂର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ, ସୁଧୀର ପ୍ରଧାନ,ସରକାରୀ ଆଇନଜୀବୀ ଜଳଧର ପ୍ରଧାନ,ବରିଷ୍ଠ ଆଇନଜୀବୀ ବିପ୍ଳବ କୁମାର ମୁଦୁଲି,ସୁନୀଲ ମହାପାତ୍ର,ବିନୋଦ ସ୍ୱାଇଁ,ସୀତାରାମ ଅଗ୍ରୱାଲ, କାମେଶ୍ୱର ଆଚାରୀ,ଶାନ୍ତନୁ ମହାପାତ୍ର ଏବଂ ବହୁ ଆଇନଜୀବୀ ଯୋଗ ଦେଇଥିଲେ।

ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଶିଶୁ ମାନଙ୍କ ଉପରେ ହେଉଥିବା ବିଭିନ୍ନ ଅପରାଧ ଏବଂ ଦଣ୍ଡବିଧାନ ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ଶିଶୁମାନଙ୍କ ବିରୁଦ୍ଧରେ ହେଉଥିବା ଯୌନ ନିର୍ଯ୍ୟାତନା, ହିଂସା ଏବଂ ଯୌନ ଉଦ୍ଦୀପକ (ପର୍ଣ୍ଣଗ୍ରାଫି) ପ୍ରକାଶନ, ବିତରଣ ଏବଂ ତାହାକୁ ନିଜ ପାଖରେ ରଖିବା ଅପରାଧ ବୋଲି ବିବେଚିତ କରିଥିଲେ। ଶିଶୁଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ଲୁଚାଇରଖିବା ଏବଂ ଶିଶୁଙ୍କର ପରିଚୟ ପ୍ରକାଶ କରିବା ମଧ୍ୟ ଉକ୍ତ ଆଇନ ଅନୁଯାୟୀ ଏକ ଦଣ୍ଡନୀୟ ଅପରାଧ।

ତତସହିତ ପୀଡ଼ିତାଙ୍କ ନିମନ୍ତେ ଉକ୍ତ ଆଇନ ଅନ୍ତର୍ଗତ କ୍ଷତିପୂରଣ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ ବିଚାରପତି ଶ୍ରୀ ମହାପାତ୍ର। ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ପୁଣିଥରେ ସ୍କୁଲ କୁ ଫେରାଇ ଆଣିବା ଦାୟିତ୍ଵ ସମସ୍ତ ସଚେତନ ନାଗରିକ ଙ୍କର ବୋଲି ମଧ୍ୟ ତାଙ୍କ ବକ୍ତବ୍ୟ ରେ କହିଥିଲେ।

banpur
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025

ଚିଲିକା: ସ୍ବର୍ଗତ ଶ୍ରୀ ହରିହର ସାହୁ ସ୍ମାରକୀ ଛାତ୍ରବୃତ୍ତି

September 8, 2025

ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ

September 6, 2025

ଚୋରି ହନୁମାନ ଗଦା ଉଦ୍ଧାର, ଦୁଇ ଗିରଫ

September 4, 2025
Latest News

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.