Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢ଼ାଖୋଲ: ସୁଶାସନ ସପ୍ତାହ ପାଳନ ଅବସରରେ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ
ଆଞ୍ଚଳିକ

ରେଢ଼ାଖୋଲ: ସୁଶାସନ ସପ୍ତାହ ପାଳନ ଅବସରରେ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ

December 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ଏବଂ ଆରକ୍ଷୀ ଅଧିକ୍ଷକ ମୁକେଶ କୁମାର ଭାମୁଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀରେ ମୋଟ ୯୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୧୫ ଗୋଟି ସାମୂହିକ ରହିଛି। ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଛଡା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ପୋର୍ଟାଲର ରହିଥିବା ବିଭିନ୍ନ ଅଭିଯୋଗ ଗୁଡିକୁ ମଧ୍ୟ ତୁରନ୍ତ ସମାଧାନ କରିବା ଉପରେ ପଦକ୍ଷେପ ନେବାପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅଭିଯୋଗ ଶୁଣାଣୀ ଆରମ୍ଭ ପୂର୍ବରୁ ପ୍ରଥମେ ଜିଲ୍ଲାପାଳ ହିତାଧିକାରୀଙ୍କୁ ଟ୍ରାଇସାଇକେଲ, ଭତ୍ତା ବଣ୍ଟନ କରିଥିଲେ। ଏହି ଅଭିଯୋଗ ଶୁଣାଣୀରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରସନ୍ନ କୁମାର ପାତ୍ର , ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମି ରଂଜନ ମହାନ୍ତ, ରେଢ଼ାଖୋଲ ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଶାନ୍ତ କୁମାର ମେହେର ସମେତ ନାକଟିଦେଉଳ ବିଡ଼ିଓ କ୍ଷମାନିଧି ଭୋଇ ଏବଂ ବ୍ଲକ ଅଧ୍ୟକ୍ଷା ଉପସ୍ଥିତ ଥିଲେ। ଏହା ସହିତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କ ମଧ୍ୟରେ ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ରାମଦାସ ଟୁଡୁ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରାମଚନ୍ଦ୍ର ଟୁଡୁ, ଜିଲ୍ଲା ସାମଜିକ ସୁରକ୍ଷା ଅଧିକାରୀ ଥବୀର ମହାନନ୍ଦ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୁଚିସ୍ମିତା ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମୀନାରାଣୀ ମଙ୍ଗଳ ପ୍ରମୁଖ ସମେତ ଉପଖଣ୍ଡ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଏହା ସହିତ ସୁଶାସନ ସପ୍ତାହ ପାଳନ ଅବସରରେ ଜିଲ୍ଲାସ୍ତରୀୟ କର୍ମଶାଳା ମଧ୍ୟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ନାକଟିଦେଉଳ ଯୁଗ୍ମ ଅଭିଯୋଗ ଶୁଣାଣୀ ରେଢାଖୋଲ ସମ୍ବଲପୁର ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.