Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ବୀର୍ ବାଲ୍ ଦିବସ ପାଳିତ
ଆଞ୍ଚଳିକ

ବାଲୁଗାଁ: ବୀର୍ ବାଲ୍ ଦିବସ ପାଳିତ

December 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ “ବୀର୍ ବାଲ୍ ଦିବସ ଉତ୍ସବ” ପାଳିତ ହୋଇଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ତଥା ରାଜ୍ୟ ସରକାରଙ୍କ ଓସେପା ଦ୍ୱାରା ତ୍ୱରାନ୍ୱିତ ନିର୍ଦ୍ଦେଶନାମା ଅନୁସାରେ ଏକ ସପ୍ତାହ ବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଶିଖ୍ ସମ୍ପ୍ରଦାୟର ଦଶମ ଧର୍ମଗୁରୁ ଗୋବିନ୍ଦ ସିଂଙ୍କ ଦୁଇ କନିଷ୍ଠ ପୁତ୍ରଙ୍କ ଦେଶ ମାତୃକା ପାଇଁ ଯେଉଁ ତ୍ୟାଗପୂର୍ଣ୍ଣ ଆତ୍ମ ବଳିଦାନ ତାହାର ସ୍ମୃତି ସ୍ୱରୂପ ୨୬ ଡିସେମ୍ବରକୁ ରାଷ୍ଟ୍ରୀୟ ବୀର୍ ବାଲ୍ ଦିବସ ଭାବରେ ଦେଶ ବ୍ୟାପୀ ପାଳନ ହେଉଛି।

ଆମ ମହାବିଦ୍ୟାଳୟ ପ୍ରଜ୍ଞା ଭବନରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼. ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ବରେ ଉକ୍ତ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସମ୍ମାନିତ ଅତିଥି ଭାବରେ ଯୁକ୍ତଦୁଇ ଅଧ୍ୟକ୍ଷ ଅଧ୍ୟାପକ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ, ଡ଼. କୈଳାସ ଚନ୍ଦ୍ର ମହାରଣା, ଡ଼. ମୋନାଲିସା ମାନସିଂହ, ଅଧ୍ୟାପକ ପ୍ରବୀଣ କୁମାର ଜେନା ଯୋଗଦେଇ ଦିବସ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣ ପତ୍ର ଓ ବିଜୟ ସ୍ମାରକ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମର ସଂଯୋଜକ ଅଧ୍ୟାପକ ଡ଼. ପୂର୍ଣ୍ଣଚନ୍ଦ୍ର ସାମନ୍ତରାୟ ମଞ୍ଚ ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ସୁନିତା ନନ୍ଦ, ଅଧ୍ୟାପିକା କୀର୍ତ୍ତିମୟୀ ବାରିକ, ଅଧ୍ୟାପକ ବିମଳ କୁମାର ପଣ୍ଡା, ଅଧ୍ୟାପକ ମନୋଜ କୁମାର ନାୟକ, ଡେମୋନଷ୍ଟେଟର ବିଶ୍ଵଜିତ ଦାସ ପ୍ରମୁଖ ସହଯୋଗ କରିଥିଲେ।

ବାଲୁଗାଁ ବୀର୍ ବାଲ୍ ଦିବସ ଉତ୍ସବ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ସ୍ୱାଧୀନତା ଦିବସରେ ଅତିଥି ଭାବେ ଯୋଗଦେବେ ଡକ୍ଟର ସତ୍ୟ ନାରାୟଣ ମିଶ୍ର: ରାଷ୍ଟ୍ରପତି ଭବନରୁ ଆସିଲା ନିମନ୍ତ୍ରଣ

August 1, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଓ ଦାୟିତ୍ଵ ଗ୍ରହଣ ଉତ୍ସବ

July 31, 2025

ଅଗଷ୍ଟ ୨ରେ ପିଏମ୍-କିଷାନ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ 

July 31, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.