Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଶାଳିଆ ପ୍ରେସ କ୍ଲବର ବାର୍ଷିକ ଆଲୋଚନା ଚକ୍ର ଓ ବନ୍ଧୁମିଳନ
ଆଞ୍ଚଳିକ

ବାଲୁଗାଁ: ଶାଳିଆ ପ୍ରେସ କ୍ଲବର ବାର୍ଷିକ ଆଲୋଚନା ଚକ୍ର ଓ ବନ୍ଧୁମିଳନ

January 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ ବାଲୁଗାଁ ସ୍ଥିତ ‘ଶାଳିଆ ପ୍ରେସ କ୍ଲବ’ର ବାର୍ଷିକ ଆଲୋଚନା ଚକ୍ର ଇଂରାଜୀ ନବବର୍ଷ ଅବସରରେ ଆଜି ବାଣପୁର ସ୍ଥିତ ମା’ ଉତ୍ତରାୟଣୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବାଲୁଗାଁ, ବାଣପୁର, ଚିଲିକା ଅନ୍ତର୍ଗତ ସାମ୍ବାଦିକଙ୍କୁ ନେଇ ଗଠିତ ଶାଳିଆ ପ୍ରେସ କ୍ଲବର ସଭାପତି ଅଜିତ କୁମାର ସାହୁଙ୍କ ସଭାପତିତ୍ୱରେ ସହ ସମ୍ପାଦକ ସୁଧୀର କୁମାର ବେହେରା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସଂଘ ଦ୍ୱାରା ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା।

ବାଣପୁର, ବାଲୁଗାଁ ଓ ଚିଲିକା ଅଞ୍ଚଳର ଜନସାଧାରଣଙ୍କ ସ୍ୱାର୍ଥ ଏବଂ ଅଞ୍ଚଳର ଉନ୍ନତି ପାଇଁ ‘ଶାଳିଆ ପ୍ରେସ କ୍ଲବ’ ସର୍ବଦା ବଦ୍ଧପରିକର ବୋଲି ସଂଘ ସଭାପତି ଶ୍ରୀ ସାହୁ ମତ ରଖିଥିଲେ।ସଂଘର ଉପଦେଷ୍ଟା ଅରୁଣ କୁମାର ପଣ୍ଡା, ତ୍ରିଲୋଚନ ସାହୁ, ରବିନାରାୟଣ ପଣ୍ଡା ଅବହେଳିତ, ନିଷ୍ପେସିତ ଏବଂ ପ୍ରଶାସନିକ ଅବହେଳାର ଶିକାର ହୋଇଥିବା ବ୍ୟକ୍ତିଙ୍କୁ କିପରି ନ୍ୟାୟ ପ୍ରଦାନ କରାଯାଇପାରିବ ସେ ଦିଗରେ ସଂଘ ଅହରହ ଚେଷ୍ଟିତ ବୋଲି ମତ ପ୍ରକାଶ କରିଥିଲେ।

ପରିଶେଷରେ ଆଗାମୀ ବର୍ଷରେ କ୍ଲବ ପକ୍ଷରୁ ବାଣପୁର-ବାଲୁଗାଁରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ସ୍ଥିର କରାଯାଇଥିଲା। ଅନୁଷ୍ଠିତ ସଭାକୁ ଉପସଭାପତି ସିତାରାମ ଅଗ୍ରୱାଲ ପରିଚାଳନା କରିଥିବା ବେଳେ ସଂଘର କର୍ମକର୍ତ୍ତା ଶିବଶକ୍ତି ସାସମଲ, ଚନ୍ଦନ ସୁନ୍ଦରାୟ, ସୁଧୀର ପାତ୍ର, ଚରଣ ମୁଆଁଖିଆ ପ୍ରମୁଖ ସହଯୋଗ କରିଥିଲେ। ଏହି ସମୟରେ ଅନ୍ୟ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

ଆଲୋଚନା ଚକ୍ର ଖୋର୍ଦ୍ଧା ଜିଲ୍ଲା ବନ୍ଧୁମିଳନ ମା' ଉତ୍ତରାୟଣୀ ମନ୍ଦିର ଶାଳିଆ ପ୍ରେସ କ୍ଲବ ସାମ୍ବାଦିକ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026

ବନ୍ଧୁ ରୁଷର କ୍ଷେପଣାସ୍ତ୍ର ଆକ୍ରମଣରେ ଚାରି ଭାରତୀୟଙ୍କ ମୃତ୍ୟୁ: ଚେତାବନୀ ଜାରି କଲା ଭାରତ

July 21, 2026

ପ୍ରତିବାଦ ସମୟରେ ଔରଙ୍ଗଜେବଙ୍କ ଫଟୋକୁ ନେଇ ଉତ୍ତେଜନା: ଏହି ପଦକ୍ଷେପ ନେଲା ପୋଲିସ

July 21, 2026

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026

ସମୁଦ୍ର ଅବରୋଧ ଘୋଷଣା କଲା ହୁଥି ବିଦ୍ରୋହୀ: ବୃଦ୍ଧି ହେବ ପେଟ୍ରୋଲ ଏବଂ ଗ୍ୟାସ ମୂଲ୍ୟ?

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.