Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ କେଉଁ କାମରେ ଲାଗିବ ଏହି ଦାନ ରାଶି?
ଆଞ୍ଚଳିକ

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ କେଉଁ କାମରେ ଲାଗିବ ଏହି ଦାନ ରାଶି?

January 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ତିନିମାସ ପରେ ଆଜି ସକାଳ ୧୦ ଘଟିକା ସମୟରେ ମା’ଭଗବତୀଙ୍କ ଭିତର ହୁଣ୍ଡି ଖୋଲାଯାଇ ହୁଣ୍ଡିରୁ ଆଦାୟ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ସହିତ ସୁନାରୂପାର କିଛି ଦ୍ରବ୍ୟ ସ୍ଥାନୀୟ ୟୁ.କୋ ବ୍ୟାଙ୍କରେ ଥିବା ମନ୍ଦିର ଜମା ଖାତାରେ ଜମା କରାଯାଇଛି। ମନ୍ଦିର ପରିଚାଳନା କମିଟିର ସଭାପତି, ସ୍ଥାନୀୟ ତହସିଲଦାର ଟି ପଦ୍ମନାଭ ଦୋରା, କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ, ମନ୍ଦିର କର୍ମଚାରୀ, ସେବାୟତ ଓ ସ୍ଥାନୀୟ ପୋଲିସ୍ ଙ୍କ ଉପସ୍ଥିତିରେ ମା’ଭଗବତୀଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଭିତର ହୁଣ୍ଡି ଖୋଲିଥିଲା।

ତିନିମାସର ବ୍ୟବଧାନ ପରେ ଖୋଲାଯାଇଥିବା ହୁଣ୍ଡିରୁ ସଂଗୃହୀତ ଅର୍ଥ ଗଣତି ପରେ ୧,୦୬,୪୬୬ (ଏକ ଲକ୍ଷ ଛଅ ହଜାର ଚାରିଶହ ଛଅଷଠି) ଟଙ୍କାର ନୋଟ ଏବଂ ୧୪,୩୦୧ (ଚଉଦ ହଜାର ତିନିଶହ ଏକ) ଟଙ୍କାର ମୁଦ୍ରା ସର୍ବମୋଟ ୧,୨୦,୭୬୭ (ଏକ ଲକ୍ଷ, କୋଡିଏ ହଜାର ,ସାତଶହ ସତଷଠି) ଟଙ୍କା ସହିତ ୪ ଗ୍ରାମ୯୬୦ ମିଲିଗ୍ରାମର ଏକ ରୂପାମୁଦ୍ରା, ୪୫୦ ମିଲିଗ୍ରାମର ଦୁଇଟି ରୂପା ଝୁମ୍ପି, ୧୬କ୍ୟାରେଟ୍ ବିଶିଷ୍ଟ ୭ ମିଲିଗ୍ରାମ ସୁନାର ଏକ ନାକଫୁଲ ସଂଗ୍ରହ କରାଯାଇ ମନ୍ଦିର ନାମରେ ସ୍ଥାନୀୟ ୟୁକୋ ବ୍ୟାଙ୍କରେ ଥିବା ଜମା ଖାତାରେ ଜମା କରାଯାଇଛି।

କାର୍ଯ୍ୟାଳୟର କର୍ମଚାରୀ ସୁରେନ୍ଦ୍ର ସାହୁ, ଅକ୍ଷୟ ମିଶ୍ର, ଅଶ୍ଵିନୀ ମିଶ୍ର, କମଳମିଶ୍ର, ପରିଚ୍ଛା ପ୍ରକାଶ ମହାପାତ୍ର, ପାଳିଆ ମାଳି ସଂଜୟ ମହାପାତ୍ର, ବସନ୍ତ ନାୟକ, ବ୍ରଜକିଶୋର ଜେନା, ଓ ସ୍ଥାନୀୟ ପୋଲିସ୍ ଏହି କାର୍ଯ୍ୟରେ ସହଯୋଗ କରିଥିଲେ।

ଶ୍ରଦ୍ଧାଳୁମାନଙ୍କ ଦାନ ଏହି ଅର୍ଥ ମା’ଙ୍କ ଦୈନନ୍ଦିନ ନୀତିକାନ୍ତି ସେବାରେ ଲାଗିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କଠାରୁ ପ୍ରକାଶ।

ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.