Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ କେଉଁ କାମରେ ଲାଗିବ ଏହି ଦାନ ରାଶି?
ଆଞ୍ଚଳିକ

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ କେଉଁ କାମରେ ଲାଗିବ ଏହି ଦାନ ରାଶି?

January 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ତିନିମାସ ପରେ ଆଜି ସକାଳ ୧୦ ଘଟିକା ସମୟରେ ମା’ଭଗବତୀଙ୍କ ଭିତର ହୁଣ୍ଡି ଖୋଲାଯାଇ ହୁଣ୍ଡିରୁ ଆଦାୟ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ସହିତ ସୁନାରୂପାର କିଛି ଦ୍ରବ୍ୟ ସ୍ଥାନୀୟ ୟୁ.କୋ ବ୍ୟାଙ୍କରେ ଥିବା ମନ୍ଦିର ଜମା ଖାତାରେ ଜମା କରାଯାଇଛି। ମନ୍ଦିର ପରିଚାଳନା କମିଟିର ସଭାପତି, ସ୍ଥାନୀୟ ତହସିଲଦାର ଟି ପଦ୍ମନାଭ ଦୋରା, କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ, ମନ୍ଦିର କର୍ମଚାରୀ, ସେବାୟତ ଓ ସ୍ଥାନୀୟ ପୋଲିସ୍ ଙ୍କ ଉପସ୍ଥିତିରେ ମା’ଭଗବତୀଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଭିତର ହୁଣ୍ଡି ଖୋଲିଥିଲା।

ତିନିମାସର ବ୍ୟବଧାନ ପରେ ଖୋଲାଯାଇଥିବା ହୁଣ୍ଡିରୁ ସଂଗୃହୀତ ଅର୍ଥ ଗଣତି ପରେ ୧,୦୬,୪୬୬ (ଏକ ଲକ୍ଷ ଛଅ ହଜାର ଚାରିଶହ ଛଅଷଠି) ଟଙ୍କାର ନୋଟ ଏବଂ ୧୪,୩୦୧ (ଚଉଦ ହଜାର ତିନିଶହ ଏକ) ଟଙ୍କାର ମୁଦ୍ରା ସର୍ବମୋଟ ୧,୨୦,୭୬୭ (ଏକ ଲକ୍ଷ, କୋଡିଏ ହଜାର ,ସାତଶହ ସତଷଠି) ଟଙ୍କା ସହିତ ୪ ଗ୍ରାମ୯୬୦ ମିଲିଗ୍ରାମର ଏକ ରୂପାମୁଦ୍ରା, ୪୫୦ ମିଲିଗ୍ରାମର ଦୁଇଟି ରୂପା ଝୁମ୍ପି, ୧୬କ୍ୟାରେଟ୍ ବିଶିଷ୍ଟ ୭ ମିଲିଗ୍ରାମ ସୁନାର ଏକ ନାକଫୁଲ ସଂଗ୍ରହ କରାଯାଇ ମନ୍ଦିର ନାମରେ ସ୍ଥାନୀୟ ୟୁକୋ ବ୍ୟାଙ୍କରେ ଥିବା ଜମା ଖାତାରେ ଜମା କରାଯାଇଛି।

କାର୍ଯ୍ୟାଳୟର କର୍ମଚାରୀ ସୁରେନ୍ଦ୍ର ସାହୁ, ଅକ୍ଷୟ ମିଶ୍ର, ଅଶ୍ଵିନୀ ମିଶ୍ର, କମଳମିଶ୍ର, ପରିଚ୍ଛା ପ୍ରକାଶ ମହାପାତ୍ର, ପାଳିଆ ମାଳି ସଂଜୟ ମହାପାତ୍ର, ବସନ୍ତ ନାୟକ, ବ୍ରଜକିଶୋର ଜେନା, ଓ ସ୍ଥାନୀୟ ପୋଲିସ୍ ଏହି କାର୍ଯ୍ୟରେ ସହଯୋଗ କରିଥିଲେ।

ଶ୍ରଦ୍ଧାଳୁମାନଙ୍କ ଦାନ ଏହି ଅର୍ଥ ମା’ଙ୍କ ଦୈନନ୍ଦିନ ନୀତିକାନ୍ତି ସେବାରେ ଲାଗିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କଠାରୁ ପ୍ରକାଶ।

ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ନିରନ୍ତର ଅଭିବୃଦ୍ଧି ମେଳା

January 8, 2026

ଭୀମ ଭୋଇ କଲେଜରେ ରକ୍ତଦାନ ଶିବିର: ୨୫ ୟୁନିଟ୍ ରକ୍ତ ସଂଗ୍ରହ

January 6, 2026

ବାଲୁଗାଁ: ସତସଙ୍ଗ ଶ୍ରୀମନ୍ଦିରରେ ନବମ ବାର୍ଷିକ ଉଦବୋଧନ ସ୍ମୃତି ମହୋତ୍ସବ

January 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ

January 3, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.