Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟର ୪୨ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ: ଯୋଗଦେଲେ ଆଇନମନ୍ତ୍ରୀ
ଆଞ୍ଚଳିକ

ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟର ୪୨ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ: ଯୋଗଦେଲେ ଆଇନମନ୍ତ୍ରୀ

January 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଭୀମପୁର ସ୍ଥିତ ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟର ୪୨ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ରବିବାର ଦିନ ମହାସମାରୋହରେ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଗାଲୁଆ ପଞ୍ଚାୟତ ସରପଞ୍ଚ ସୁରେଶ ଚନ୍ଦ୍ର ବାରିକି, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସିଏଚ. ବିଜୟଲକ୍ଷ୍ମୀ, ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ସଂଗ୍ରାମ କେଶରୀ ସାହୁ, ମୋ ସ୍କୁଲ ସଭାପତି ରମେଶ ବେହେରା, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ଗଡ଼ନାୟକ, ଶିକ୍ଷାବିତ ବଳାମୁକୁନ୍ଦ ଦାସ ଆଦି ଯୋଗଦେଇଥିଲେ।

ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବିଦ୍ୟାଳୟ ର ଉନ୍ନତି ଦିଗରେ ଏକାଧିକ ଉନ୍ନୟନ କାର୍ଯ୍ୟ କରିବାପାଇଁ ପ୍ରତିଶୃତି ଦେଇଥିଲେ। ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟର ସୁନାମ ସାରା ଓଡ଼ିଶାରେ ରହିଛି ଏବଂ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ପରି ଯୋଗଜନ୍ମା ମଧ୍ୟ ଉକ୍ତ ସ୍କୁଲ ରୁ ପାଠ ପଢ଼ିଥିବା ଉଲ୍ଲେଖ କରିଥିଲେ ମନ୍ତ୍ରୀ। ତତସହିତ ବିଦ୍ୟାଳୟରେ ଶୈକ୍ଷିକ ବାତାବରଣ ରକ୍ଷା କରିବା ପାଇଁ ସମସ୍ତ ପ୍ରକାର ସୁବିଧା ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇଦିଆଯିବ ବୋଲି ମନ୍ତ୍ରୀ କହିଥିଲେ।

ପରିଶେଷରେ ବିଭିନ୍ନ ବର୍ଗର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ପୃଥ୍ୱୀରାଜ ହରିଚନ୍ଦନ ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.