Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭେଟେଶ୍ୱର ଓ ଗମ୍ଭାରୀମୁଣ୍ଡା ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ଭେଟେଶ୍ୱର ଓ ଗମ୍ଭାରୀମୁଣ୍ଡା ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

January 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ନିଜ ନିର୍ବାଚନମଣ୍ଡଳି ଅନ୍ତର୍ଗତ ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ବର ସ୍ଥିତ ଭେଟିନାଥ ଦେବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ।

ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ଉନ୍ନତି ଆଣି ବାଣପୁର ବ୍ଲକରେ ଏକମାତ୍ର ବିଦ୍ୟାଳୟ ଭାବରେ ‘ପିଏମ ଶ୍ରୀ’ ସ୍କୁଲରେ ଅନ୍ତର୍ଭୁକ୍ତ ହୋଇ ବିଦ୍ୟାଳୟ ତଥା ଭେଟେଶ୍ଵର ଗ୍ରାମ ପଞ୍ଚାୟତର ଗୌରବ ବୃଦ୍ଧି କରିବାରେ ସୌଭାଗ୍ୟ ଅର୍ଜନ କରିଥିବାରୁ ବିଦ୍ୟାଳୟର ସମସ୍ତ ହିତାକାଂକ୍ଷୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ‌ ମନ୍ତ୍ରୀ। ଅନୁରୂପ ଭାବେ ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟରୁ ବାଣପୁର ଓ ଚିଲିକା ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ପରିଚୟ ପାଇଥିବାରୁ ଅଞ୍ଚଳବାସି ଓ ବିଦ୍ୟାଳୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଇଥଲେ ମନ୍ତ୍ରୀ।

ଏହି ଅବସରରେ ଭେଟିନାଥ ଦେବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମ୍ମାନିତ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ବିଇଓ‌ ସି.ଏଚ୍. ବିଜୟଲକ୍ଷ୍ମୀ, ଭେଟେଶ୍ବର ଗ୍ରା:ପ ର ସରପଞ୍ଚ ସାବିତ୍ରୀ ଭୋଳଙ୍କ ସମେତ ବହୁ ବିଶିଷ୍ଟ ଅତିଥି ମାନେ ଯୋଗଦେଇଥିବା ବେଳେ ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ସମ୍ମାନିତ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ବିଶିଷ୍ଟ ସମାଜସେବୀ ଡ଼ାଃ ସୁରେନ୍ଦ୍ର ନାଥ ଦାସ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୀପ କୁମାର ହୋତା,ପ୍ରଧାନ ଶିକ୍ଷୟତ୍ରୀ ସଚ଼ଳା ଗୁରୁଙ୍କ ସମେତ ବହୁ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।

ଗମ୍ଭାରୀମୁଣ୍ଡା ଚିଲିକା ପୃଥ୍ଵୀରାଜ ହରିଚନ୍ଦନ ଭେଟେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.