Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

January 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର ପଂଚାୟତ ସମିତି ଆନୁକୂଲ୍ୟରେ ବ୍ଲକ ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଏକ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ବିଡିଓ ଶୀତଲ ଅଗ୍ରୱାଲ ଶିବିରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ୧୭ ଗୋଟି ପଞ୍ଚାୟତଏବଂ ବାଣପୁର ଏନଏସିର ସମସ୍ତ ସରପଞ୍ଚ ଓ କାଉନସିଲର ମାନେ ଶିବିରକୁ ଆସୁଥିବା ହିତାଧିକାରୀ ମାନଙ୍କୁ ସହଯୋଗ କରୁଥିବା ଦେଖାଯାଇଥିଲା।

ବିଭିନ୍ନ ବର୍ଗର ହିତାଧିକାରୀ ମାନଙ୍କ ପାଇଁ ଯଥା ଅସ୍ତିଶଲ୍ୟ, ମାନସିକ ଅନଗ୍ରସର, ଶ୍ରବଣ ବାଧିତ, ଦୃଷ୍ଟି ବାଧିତ ହିତାଧିକାରୀ ମାନଙ୍କ ନିମନ୍ତେ ଖୋର୍ଦ୍ଧାରୁ ଆସିଥିବା ଡାକ୍ତର ଭିନ୍ନ ଭିନ୍ନ ପ୍ରକୋଷ୍ଠରେ ହିତାଧିକାରୀ ମାନଙ୍କ ପରୀକ୍ଷଣ କରିଥିଲେ। ହିତାଧିକାରୀଙ୍କ ଅହେତୁକ ଭିଡ଼ ଶିବିରରେ ଦେଖାଯାଇଥିଲ। ସମୁଦାୟ ୫୭୮ଜଣ ହିତାଧିକାରୀ ପଞ୍ଜିକୃତ କରିଥିବା ବେଳେ ୩୭୩ଜଣ ହିତାଧିକାରୀଙ୍କୁ ବିଡ଼ିଓ ଏବଂ ବ୍ଲକ ଅଧ୍ୟକ୍ଷ ଭିନ୍ନକ୍ଷମ ପରିଚୟ ପତ୍ର ବଣ୍ଟନ କରିଥିଲେ।

ତେବେ ଭିନ୍ନକ୍ଷମ ମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷରେ ଉକ୍ତ ଶିବିର ଆୟୋଜନ ହୋଇଥିବା ଏବଂ ବାଣପୁର ବ୍ଲକ ପ୍ରଶାସନ ସର୍ବଦା ଭିନ୍ନକ୍ଷମ ମାନଙ୍କ ପାଇଁ କାର୍ଯ୍ୟକରିବ ବୋଲି ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ଗିରିବାଳା ନାୟକ କହିଛନ୍ତି।

ବାଣପୁର ବ୍ଲକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ବିଷାକ୍ତ ସାପ କାମୁଡ଼ାରେ ଦୁଇ ଶ୍ରମିକଙ୍କ ମୃତ୍ୟୁ

August 22, 2026

ତାରିକ ରହମାନଙ୍କ ଭାରତ ଗସ୍ତକୁ ନେଇ ନୂଆ ଅପଡେଟ୍‌, ବଦଳିଲା ତାରିଖ

August 22, 2026

ମହାନଦୀରୁ ୨ ନାବାଳିକା ଉଦ୍ଧାର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.