Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦଯାପିତ
ଆଞ୍ଚଳିକ

ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦଯାପିତ

January 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀ ମାନଙ୍କ ଆତ୍ମରକ୍ଷା ପାଇଁ ଆତ୍ମରକ୍ଷା କୌଶଳ ତାଲିମ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ବେଳେ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଦୀର୍ଘ ୮ ଦିନ ବ୍ୟାପୀ ଚାଲିଥିବା ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିରର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।

ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସର୍ବେଶ୍ବର ଷଡଙ୍ଗୀଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବାଣପୁର ଏନଏସିର ନଗରପାଳ ମିଟୁ ନାୟକ ଯୋଗଦେଇ ଛାତ୍ରୀ ମାନେ ଜୀବନର ସବୁ ପରିସ୍ଥିତିକୁ ନିର୍ଭୀକ ଭାବେ ସାମନା କରି ନିଜର ଆତ୍ମରକ୍ଷା କରିବା ପାଇଁ ଏହି ଆତ୍ମରକ୍ଷା ତାଲିମ କିପରି ସହାୟକ ହେବ ସେ ସମ୍ପର୍କରେ ବକ୍ତବ୍ୟ ରଖି ଥିଲେ। ଏଥିରେ ଅଧ୍ୟାପକ ପ୍ରଶାନ୍ତ ଦାଶ, ଅଧ୍ୟାପିକା ପ୍ରମୋଦିନୀ ସାମନ୍ତରାୟ, କଲ୍ୟାଣୀ ବୈରିଗଂଜନ, ସୁଚିତ୍ରା ଦାଶ, ରୋଜାଲିନ୍ ଦାଶ, ସାଗରିକା ଦାସ, କସ୍ତୁରୀ ପଟ୍ଟନାୟକ, ରବିନ୍ଦ୍ର ମାର୍ଥା ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘ ଆଠ ଦିନ ଧରି ଚାଲିଥିବା ଏହି ତାଲିମ୍ ଶିବିରରେ ଯୁକ୍ତ ଦୁଇ ଶ୍ରେଣୀର ମୋଟ ୧୫୦ ଜଣ ଛାତ୍ରୀ ସାମିଲ ହୋଇ ବିଭିନ୍ନ ଆତ୍ମରକ୍ଷା କୌଶଳ ମାନ ତଲିମ ନେଇ ଥିବା ବେଳେ ଉକ୍ତ ଶିବିରକୁ କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ ପରିଚାଳନା କରି ଥିବା ସହ ପ୍ରଶିକ୍ଷକ ସୁଶ୍ରୀ କଳ୍ପଶ୍ରୀ ପ୍ରଧାନ ଆତ୍ମରକ୍ଷାର ବିଭିନ୍ନ କୌଶଳର ତାଲିମ୍ ପ୍ରଦାନ କରିଥିଲେ।

ତାଲିମ ପରିସମାପ୍ତି ପରେ ସମସ୍ତ ପ୍ରଶିକ୍ଷାର୍ଥୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇ ଥିଲା। ଏଥିରେ ବିଦ୍ୟାଳୟର ଶିବ ଶଙ୍କର ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ।

ଆତ୍ମରକ୍ଷା କୌଶଳ ତାଲିମ୍ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣପୁର ଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025
Latest News

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.