Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦଯାପିତ
ଆଞ୍ଚଳିକ

ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦଯାପିତ

January 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀ ମାନଙ୍କ ଆତ୍ମରକ୍ଷା ପାଇଁ ଆତ୍ମରକ୍ଷା କୌଶଳ ତାଲିମ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ବେଳେ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଦୀର୍ଘ ୮ ଦିନ ବ୍ୟାପୀ ଚାଲିଥିବା ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିରର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।

ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସର୍ବେଶ୍ବର ଷଡଙ୍ଗୀଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବାଣପୁର ଏନଏସିର ନଗରପାଳ ମିଟୁ ନାୟକ ଯୋଗଦେଇ ଛାତ୍ରୀ ମାନେ ଜୀବନର ସବୁ ପରିସ୍ଥିତିକୁ ନିର୍ଭୀକ ଭାବେ ସାମନା କରି ନିଜର ଆତ୍ମରକ୍ଷା କରିବା ପାଇଁ ଏହି ଆତ୍ମରକ୍ଷା ତାଲିମ କିପରି ସହାୟକ ହେବ ସେ ସମ୍ପର୍କରେ ବକ୍ତବ୍ୟ ରଖି ଥିଲେ। ଏଥିରେ ଅଧ୍ୟାପକ ପ୍ରଶାନ୍ତ ଦାଶ, ଅଧ୍ୟାପିକା ପ୍ରମୋଦିନୀ ସାମନ୍ତରାୟ, କଲ୍ୟାଣୀ ବୈରିଗଂଜନ, ସୁଚିତ୍ରା ଦାଶ, ରୋଜାଲିନ୍ ଦାଶ, ସାଗରିକା ଦାସ, କସ୍ତୁରୀ ପଟ୍ଟନାୟକ, ରବିନ୍ଦ୍ର ମାର୍ଥା ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘ ଆଠ ଦିନ ଧରି ଚାଲିଥିବା ଏହି ତାଲିମ୍ ଶିବିରରେ ଯୁକ୍ତ ଦୁଇ ଶ୍ରେଣୀର ମୋଟ ୧୫୦ ଜଣ ଛାତ୍ରୀ ସାମିଲ ହୋଇ ବିଭିନ୍ନ ଆତ୍ମରକ୍ଷା କୌଶଳ ମାନ ତଲିମ ନେଇ ଥିବା ବେଳେ ଉକ୍ତ ଶିବିରକୁ କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ ପରିଚାଳନା କରି ଥିବା ସହ ପ୍ରଶିକ୍ଷକ ସୁଶ୍ରୀ କଳ୍ପଶ୍ରୀ ପ୍ରଧାନ ଆତ୍ମରକ୍ଷାର ବିଭିନ୍ନ କୌଶଳର ତାଲିମ୍ ପ୍ରଦାନ କରିଥିଲେ।

ତାଲିମ ପରିସମାପ୍ତି ପରେ ସମସ୍ତ ପ୍ରଶିକ୍ଷାର୍ଥୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇ ଥିଲା। ଏଥିରେ ବିଦ୍ୟାଳୟର ଶିବ ଶଙ୍କର ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ।

ଆତ୍ମରକ୍ଷା କୌଶଳ ତାଲିମ୍ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣପୁର ଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.