Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଏନଏସି ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ପୁରୁଣା ସମସ୍ୟା ଜଣାଇଲେ ଯୁବ ଆଇନଜୀବୀ
ଆଞ୍ଚଳିକ

ବାଣପୁର ଏନଏସି ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ପୁରୁଣା ସମସ୍ୟା ଜଣାଇଲେ ଯୁବ ଆଇନଜୀବୀ

January 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ରେ ନୂତନ ଭାବେ ଯୋଗଦେଇଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ନିଗମାନନ୍ଦ ନନ୍ଦଙ୍କୁ ଭେଟି ସ୍ୱାଗତ ଜଣାଇଥିଲେ ବାଣପୁର ଏନଏସି ଅଞ୍ଚଳର ଯୁବ ଆଇନଜୀବୀ ତଥା ସୂଚନା ଅଧିକାର କର୍ମୀ ସୀତାରାମ ଅଗ୍ରୱାଲ। ଶ୍ରୀ ଅଗ୍ରୱାଲ ଏହି ଅବସରରେ ପୁର୍ବରୁ ବାଣପୁର ଏନଏସିରେ ହୋଇଥିବା ବିଭିନ୍ନ ଅନିୟମିତତା, ଅବ୍ୟବସ୍ଥା ଏବଂ ଅଭିଯୋଗ ବିଷୟରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ତତସହିତ ଦୀର୍ଘଦିନ ଧରି ବାଣପୁର ଏନଏସି ରେ ରାସ୍ତାଘାଟ, ଷ୍ଟ୍ରିଟ ଲାଇଟ, ଡ୍ରେନେଜ, ଟ୍ରାଫିକ, ପରିମଳ, ପାର୍କିଙ୍ଗ ସମସ୍ୟା ଆଦି ଲାଗି ରହିଥିବାବେଳେ ତାହାର ପ୍ରତିକାର ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନନ୍ଦଙ୍କୁ ଅନୁରୋଧ କରିଥିଲେ ଯୁବ ଆଇନଜୀବୀ ଶ୍ରୀ ଅଗ୍ରୱାଲ।

ପୁର୍ବତନ କାର୍ଯ୍ୟନିର୍ବାହୀ ଅଧିକାରିଣୀ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ସହ ସୂଚନା ଅଧିକାର ଆଇନ କୁ ମଧ୍ୟ ଖୋଲାଖୋଲି ଉଲଂଘନ କରି ଆବେଦନକାରୀଙ୍କୁ ତଥ୍ୟ ପ୍ରଦାନ କରୁନଥିଲେ। ଯାହାଫଳରେ ସେ ଏକାଧିକ ମାମଲାରେ ଛନ୍ଦି ହୋଇପଡ଼ିଥିଲେ। ଏପରିକି ବାଣପୁର ଏନଏସି ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟିଯାଇଥିଲା।

ତେବେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ନିଶ୍ଚିତ ଭାବେ ଉକ୍ତ ସମସ୍ତ ବିଷୟପ୍ରତି ଧ୍ୟାନ ଦେବାସହ ନାଗରିକ ମାନଙ୍କ ଅଭିଯୋଗ ଏବଂ ଏନଏସିର ବିକାଶକୁ ପ୍ରାଧାନ୍ୟ ଦେବେବୋଲି ପ୍ରତିଶୃତି ଦେଇଥିଲେ।

କାର୍ଯ୍ୟନିର୍ବାହୀ ଅଧିକାରୀ ବାଣପୁର ଏନଏସି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.