Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

January 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ଚ଼ିଲିକା ବ୍ଲକ ଅନ୍ତର୍ଗତ ଗଇନଡ଼ା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟ ଅତିଥି ଭାବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ ମାନେ ନିଜ ଅଞ୍ଚଳରେ ସୁବିଧାରେ ଗୁଣାତ୍ମକ ଶିକ୍ଷା ପାଇପାରିବେ ଏବଂ ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିପାରିବ ବୋଲି ଲକ୍ଷ୍ୟ ରଖାଯାଇ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା।

ଦଶମ ପରୀକ୍ଷା ସମୟରେ ଛାତ୍ରଛାତ୍ରୀ ମାନେ ବିଶେଷ କରି ମାନସିକ ଚ଼ାପରେ ରହିଥାନ୍ତି, ଏଥିପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀ ବିଭିନ୍ନ ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କ ସହ “ପରୀକ୍ଷା ପେ ଚ଼ର୍ଚ୍ଚା” ନାମରେ ଆଲୋଚନା କରି ଛାତ୍ରଛାତ୍ରୀ ମାନଙ୍କର ମନୋବଳକୁ ଦୃଢ଼ କରିଛନ୍ତି। ଛାତ୍ରଛାତ୍ରୀମାନେ ହେଉଛନ୍ତି “ବିକଶିତ ଓଡ଼ିଶା” ର ଭବିଷ୍ୟତ।

ଶୃଙ୍ଖଳିତ ଭାବରେ ଶିକ୍ଷା ଗ୍ରହଣ କରି ସମାଜରେ ପ୍ରତିଷ୍ଠିତ ହେବା ସହ ରାଷ୍ଟ୍ର ଗଠନରେ ସହାୟକ ହେବା ସହିତ ବିଦ୍ୟାଳୟ ଜୀବନର ପ୍ରତ୍ୟେକଟି ମୂହୁର୍ତ୍ତକୁ ସୁଖଦ ମୂହୁର୍ତ୍ତ ହେଉ ବୋଲି ମାନସିକତା ରଖିବା ପାଇଁ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଉପଦେଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ବିଡ଼ିଓ ହଳଧର ଶବର, ବ୍ଲକ ଶିକ୍ଷାଧିକାରୀ କିଶୋର ଚ଼ନ୍ଦ୍ର ଦାଶଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

ଓଡିଶା ଆଦର୍ଶ ବିଦ୍ୟାଳୟ ଚିଲିକା ବ୍ଲକ ପରୀକ୍ଷା ପେ ଚର୍ଚ୍ଚା ପୃଥ୍ୱୀରାଜ ହରିଚନ୍ଦନ ବିକଶିତ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

June 1, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026

ବୋମା ବିସ୍ଫୋରଣରେ ଯୁବକ ମୃତ

June 2, 2026

ଭାଇର ଟାଙ୍ଗିଆ ଚୋଟରେ ଗଲା ଭାଇର ଜୀବନ

June 2, 2026

ଶିକ୍ଷକ କର୍ମଚାରୀମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରନ୍ତୁ ସରକାର: ସମନ୍ୱୟ ସମିତି

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.