Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ
ଆଞ୍ଚଳିକ

ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ

February 6, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକର ଅର୍ଜୁନପୁର ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇ ଉଦଯାପିତ ଯାଇଛି। ଏହାର ଉଦଘାଟନୀ ଉତ୍ସବରେ ଅତିଥି ଭାବେ ରାଇପଡା ସରପଞ୍ଚ ବାସନ୍ତୀ ଦେଇ, ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଲକ୍ଷ୍ମୀ ଦେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ଅବସର ପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ବିଦ୍ୟାଳୟ ପଞ୍ଚ ସଖା ସେତୁର ଉପସଭାପତି ପ୍ରଫୁଲ କୁମାର ଦାଶ,ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଭାକର ସାମନ୍ତରାୟ, ପ୍ରଥମ ଓଡିଶା ଫାଉଣ୍ଡେସନର କାଞ୍ଚନ ଲେଙ୍କା, ଶକୁନ୍ତଳା ମାହଲ, ଶର୍ମିଲା ସାମଲ, ପ୍ରଦୀପ ନାୟକ ପ୍ରମୁଖ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକର ସମସ୍ତ କ୍ଲଷ୍ଟରର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକମାନେ ଯୋଗ ଦେଇଥିଲେ। ଏହାର ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶାର ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ବକ୍ତା ଭାବେ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ସମ୍ମାନୀତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ନୟାଗଡ ଜିଲ୍ଲା ଶିକ୍ଷକ ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ରର ଶିକ୍ଷକ ପ୍ରଶିକ୍ଷକ ପ୍ରତାପ କୁମାର ମହାପାତ୍ର, ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରୀଣୀ ଲକ୍ଷ୍ମୀ ଦେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ଅବସର ପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଭାକର ସାମନ୍ତରାୟ, କେରଣ୍ଡାଟାଙ୍ଗୀ କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ପ୍ରଦୀପ ରଞ୍ଜନ ଖୁଣ୍ଟିଆ ପ୍ରମୁଖ ଯୋଗ ଦେଇଥିଲେ। ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା।

ଶିକ୍ଷକ ଶିକ୍ଷୟତ୍ରୀଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇଥିବା ଶିକ୍ଷଣ ସାମଗ୍ରୀ ଅତ୍ୟନ୍ତ ସୁନ୍ଦର ଓ ଉନ୍ନତମାନର ଥିଲା ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। ଛାତ୍ରଛାତ୍ରୀମାନଙ୍କୁ ବହି, ପେନସିଲ, ସ୍କେଲ, ରବର, ଖାତା ଆଦି ପୁରସ୍କାର ପ୍ରଦାନ କରାଯାଇଥିଲା। ବ୍ଲକର ସମସ୍ତ ସାଧନ କେନ୍ଦ୍ର ସଂଯୋଜକ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କମିଟି ସଭାପତି, ସଦସ୍ୟ ସଦସ୍ୟା ଓ ଅର୍ଜୁନପୁର ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସଂପୂର୍ଣ୍ଣ ସହଯୋଗ କରିଥିଲେ।

ନୟାଗଡ଼ ଜିଲ୍ଲା ନିପୁଣ ଓଡିଶା ମେଳା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ଏବିଭିପିର ଜାତୀୟ କାର୍ଯ୍ୟନିର୍ବାହୀ ପରିଷଦର ପ୍ରଦର୍ଶନୀକୁ ଉଦଘାଟନ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

May 28, 2026

ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

May 28, 2026

ଲୋକ ଭବନରେ ଇସ୍ତଫା ପ୍ରଦାନ କଲେ ସିଦ୍ଧରମୈୟା: ଡିକେ ଶିବକୁମାର ହେବେ ନୂତନ ମୁଖ୍ୟମନ୍ତ୍ରୀ

May 28, 2026

ବାଳିକା ବିଦ୍ୟାଳୟରେ ଭୟଙ୍କର ଅଗ୍ନିକାଣ୍ଡ: ୧୬ ଛାତ୍ରୀଙ୍କ ମୃତ୍ୟୁ, ୫୦ ରୁ ଅଧିକ ଆହତ

May 28, 2026

NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର?

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.