Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସୁରୁଖୁରୁରେ ସମ୍ପାଦିତ ହେଲା ପ୍ରଥମ ଦିନର ଉଚ୍ଚ ମାଧ୍ୟମିକ ପରୀକ୍ଷା
ଆଞ୍ଚଳିକ

ବାଣପୁର: ସୁରୁଖୁରୁରେ ସମ୍ପାଦିତ ହେଲା ପ୍ରଥମ ଦିନର ଉଚ୍ଚ ମାଧ୍ୟମିକ ପରୀକ୍ଷା

February 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ସ୍ଥିତ ଗୋଦବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରଛାତ୍ରୀ ମାନଙ୍କର ମାତୃଭାଷା ଓଡ଼ିଆ ବିଷୟ ରହିଥିବା ବେଳେ ଆସନ୍ତାକାଲି କଳା ଛାତ୍ର ଛାତ୍ରୀ ମାତୃଭାଷା ପରୀକ୍ଷାରେ ଅବତୀର୍ଣ୍ଣ ହେବେ।

ଏହି ପରୀକ୍ଷା କେନ୍ଦ୍ରରେ ୨୬୭ ଜଣ ରେଗୁଲାର ପରୀକ୍ଷାର୍ଥୀ ପରୀକ୍ଷା ଦେଉଥିବା ବେଳେ ୬ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଆସନ୍ତାକାଲି ୩୦୭ ଜଣ ନିୟମିତ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ପରିଚାଳକ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ପ୍ରକାଶ କରିଛନ୍ତି।

ସେହିପରି ଏହି ମାଧ୍ୟମିକ ବିଦ୍ୟାଳୟ ପ୍ରଶ୍ନ ପତ୍ର ପାଇଁ ନୋଡାଲ ସେଣ୍ଟର ହୋଇଥିବାରୁ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭେଟେଶ୍ୱର୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗମ୍ଭାରୀମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପଞ୍ଚୁପଳ୍ଳୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ନାଚୁଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁହୁଡି ଜନତା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଇତ୍ୟାଦି ଅନୁଷ୍ଠାନକୁ ଏଠାରୁ ପ୍ରଶ୍ନପତ୍ର ପଠାଇବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଅଧ୍ୟକ୍ଷ ଶ୍ରୀ ବିନାୟକ ହୋତା ପ୍ରକାଶ କରିଛନ୍ତି।

ତେବେ ନାଚୁଣୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଆଜି ୧୩୦ଜଣ, ବାଲୁଗାଁ ରେ ୭୦ଜଣ ଓ କିହୁଡ଼ିରେ ୩୯ ଜଣ ଛାତ୍ରଛାତ୍ରୀ +୨ପରୀକ୍ଷା ଦେଇଛନ୍ତି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026

ଗିଲଙ୍କ ସ୍ଥାନରେ ଶ୍ରେୟସ ହେବେ ଭାରତର ଏକଦିବସୀୟ ଅଧିନାୟକ: ଇଶାନ ହେଲେ ଉପ-ଅଧିନାୟକ

October 17, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.