Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା “ପ୍ରେରଣା” ଉଦଯାପିତ
ଆଞ୍ଚଳିକ

ବାଣପୁର: ଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା “ପ୍ରେରଣା” ଉଦଯାପିତ

February 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡ଼ିଶା ନିର୍ଦ୍ଦେଶକ୍ରମେ ତଥା ଖୋର୍ଦ୍ଧା ଜିଲ୍ଲା ସମଗ୍ର ଶିକ୍ଷା ସହାୟତାରେ ବ୍ଳକ୍ ଶିକ୍ଷା ଅଧିକାରୀଙ୍କ ଆନୁକୂଲ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ -୧ ବାଣପୁର ଠାରେ ପାଞ୍ଚ ଦିନିଆ ନବ ନିଯୁକ୍ତ ପ୍ରାଥମିକ ଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା ପର୍ଯ୍ୟାୟ- ୨ ” ପ୍ରେରଣା ” ଉଦଯାପିତ ହୋଇଯାଇଛି। ଏହି କର୍ମଶାଳାରେ ନବ ନିଯୁକ୍ତ ଶିକ୍ଷକ ମାନଙ୍କ ମଧ୍ୟରୁ ଅବଶିଷ୍ଟ ୩୯ ଜଣ କନିଷ୍ଠ ଶିକ୍ଷକଙ୍କୁ ସମ୍ବଳ ଶିକ୍ଷକ ତଥା ସାଧନ କର୍ମୀ ସନ୍ତୋଷ କୁମାର ଷଡଙ୍ଗୀ, ବିଭୂତି ଭୂଷଣ ଦାଶ, ଦିଲ୍ଲୀପ କୁମାର ନିଶଙ୍କ, ସୁମତି ଘଡେ଼ଇ ପ୍ରମୁଖ ବରିଷ୍ଠ ଶିକ୍ଷକଙ୍କ ଦ୍ବାରା ତାଲିମ ପ୍ରଦାନ କରାଯାଇଥିଲା। ଜାତୀୟ ଶିକ୍ଷାନୀତି ଅନୁସାରେ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ର ଛାତ୍ରୀ ଙ୍କ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି,ଆମ ବିଭାଗର କାର୍ଯ୍ୟଧାରା, ଅନ୍ତର୍ନିବେଶୀ ଶିକ୍ଷାର ସଫଳ ରୂପାୟନ, କ୍ରିୟାତ୍ମକ ଗବେଷଣା, ଶିକ୍ଷଣ ପ୍ରକ୍ରିୟା ଓ ଶିକ୍ଷାଶାସ୍ତ୍ର ସହିତ ଶ୍ରେଣୀ ପରିଚାଳନା ପାଇଁ ” ପ୍ରେରଣା ” କର୍ମଶାଳାରେ ପରାମର୍ଶ ଦିଆଯାଇଥିଲା।

ଉଦଯାପନୀ ଦିବସରେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସିଏଚ୍. ବିଜୟା ଲକ୍ଷ୍ମୀ, ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଝରଣା ଓଝା, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ପ୍ରଭାତ କୁମାର ସେଠୀ, ଗୋଷ୍ଠୀ ସାଧନ ଶିକ୍ଷୟିତ୍ରୀ ବିଶ୍ଵଜିତା ଜେନା ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷାର୍ଥୀମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ। ଆମର ଶିଶୁଙ୍କର ଓ ରାଷ୍ଟ୍ରର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶିକ୍ଷକ ମାନଙ୍କୁ ପ୍ରେରଣା ଦେବା ଓ ସଶକ୍ତ କରିବା ଅତ୍ୟନ୍ତ ଆବଶ୍ୟକ।

ପ୍ରେରଣା' ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.