Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ସରିଲା ପ୍ରଥମ ଦିନର ମାଟ୍ରିକ ପରୀକ୍ଷା: ୯ ପରୀକ୍ଷାର୍ଥୀ ଅନୁପସ୍ଥିତ, ଜାଣନ୍ତୁ ମୋଟ ବିଦ୍ୟାର୍ଥୀ କେତେ?
ଆଞ୍ଚଳିକ

ଚିଲିକା ବ୍ଲକରେ ସରିଲା ପ୍ରଥମ ଦିନର ମାଟ୍ରିକ ପରୀକ୍ଷା: ୯ ପରୀକ୍ଷାର୍ଥୀ ଅନୁପସ୍ଥିତ, ଜାଣନ୍ତୁ ମୋଟ ବିଦ୍ୟାର୍ଥୀ କେତେ?

February 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ଠାରୁ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଯାଇଛି। ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ୧୪୨୪ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବା ବେଳେ ପ୍ରଥମ ଦିନରେ ୯ ଜଣ ଅନୁପସ୍ଥିତ ଥିବା ବିଇଓ କିଶୋର ଚନ୍ଦ୍ର ଦାସ ସୂଚନା ଦେଇଛନ୍ତି।

ଖବର ମୁତାବକ ଚିଲିକା ବ୍ଲକ ଅନ୍ତର୍ଗତ ସରକାରୀ ବାଲୁଗାଁ ଉଚ୍ଚ ବିଦ୍ୟାଳୟ-ବାଲୁଗାଁ, ଭାଲେରି ଉଚ୍ଚ ବିଦ୍ୟାଳୟ-ଚାଷଙ୍ଗରା, ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ-ବଡ଼କୁଳ, ଯୁଗଳ ଚରଣ ବାଳିକା ବିଦ୍ୟାପୀଠ-ବାଲୁଗାଁ, ପଞ୍ଚୁପଲ୍ଲୀ ଉଚ୍ଚ ବିଦ୍ୟାଳୟ-ଆଁକୁଲା, ଲକ୍ଷ୍ମୀଧର ଉଚ୍ଚ ବିଦ୍ୟାଳୟ-ହରିପୁର, ଚିଲିକା ଉଚ୍ଚ ବିଦ୍ୟାଳୟ-ହାଟବରଡି, ଭଗବତୀ ଉଚ୍ଚ ବିଦ୍ୟାଳୟ-ସୋରଣ, ଦାଶରଥି ଉଚ୍ଚ ବିଦ୍ୟାଳୟ-କାଲୁପଡା ଆଦି ୯ ଟି ପରୀକ୍ଷା କେନ୍ଦ୍ର ରହିଥିବା ବେଳେ ସରକାରୀ ବାଲୁଗାଁ ଉଚ୍ଚ ବିଦ୍ୟାଳୟକୁ ନୋଡାଲ କେନ୍ଦ୍ର କରାଯାଇଛି।

ପ୍ରଶ୍ନପତ୍ର ଲିକ ଠାରୁ ଆରମ୍ଭ କରି କପି ରୋକିବା ଦିଗରେ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ହୋଇଥିବା ପରୀକ୍ଷା ଅଧିକ୍ଷକ ସ୍ଵାଧିନା ମଞ୍ଜରୀ ବେହେରା କହିଛନ୍ତି। ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାନେ ଶୃଙ୍ଖଳିତ ଭାବେ ଧାଡିରେ ପରୀକ୍ଷା ହଲକୁ ପ୍ରବେଶ କରିଥିବା ବେଳେ ମାତୃଭାଷା ଓଡ଼ିଆ ପରୀକ୍ଷା ସାରି ପରୀକ୍ଷାର୍ଥୀମାନେ ଖୁସିରେ ଫେରୁଥିବା ଦେଖିବାକୁ ମିଳିଛି।

ଚିଲିକା ବ୍ଲକ ମାଟ୍ରିକ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.