Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଜିଠୁ ରଙ୍କନାଥ ଦେବଙ୍କ ପୀଠରେ ୧୦୮ ହନୁମାନ ଚାଳିଶା ଯଜ୍ଞ, ମନ୍ଦିର ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ କରିବେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ଆଜିଠୁ ରଙ୍କନାଥ ଦେବଙ୍କ ପୀଠରେ ୧୦୮ ହନୁମାନ ଚାଳିଶା ଯଜ୍ଞ, ମନ୍ଦିର ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ କରିବେ ଆଇନ ମନ୍ତ୍ରୀ

February 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଆଜି ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। କମିଟିର ସଦସ୍ୟ ଏବଂ ସ୍ଥାନୀୟ ଶ୍ରଦ୍ଧାଳୁମାନେ ପୂର୍ବାହ୍ନରେ ବଜାର ସାହି ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ମନ୍ଦିର ପରିସରରୁ ଏକ ବିରାଟ ଶୋଭାଯାତ୍ରାରେ କଳସ ନେଇ ବଜାର ପରିକ୍ରମା କରି ସ୍ଥାନୀୟ ଦକ୍ଷପ୍ରଜାପତି ମନ୍ଦିରଠାରେ ପହଞ୍ଚିଥିଲେ। ମନ୍ଦିର ପୁଷ୍କରିଣୀରେ ପୂଜାର୍ଚ୍ଚନା କରି ସମସ୍ତ ଶ୍ରଦ୍ଧାଳୁମାନେ କଳସରେ ଜଳ ନେଇ ପୁନଶ୍ଚ ରଙ୍କନାଥ ମନ୍ଦିରରେ ପହଞ୍ଚିଥିଲେ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଆଜିଠାରୁ ତିନି ଦିନ ଧରି ପ୍ରତ୍ୟେହ ସଂଧ୍ୟାରେ ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ।

ଉକ୍ତ ପ୍ରବଚନରେ ପ୍ରବକ୍ତା ଭାବେ ଯୋଗଦେଇଛନ୍ତି ଶ୍ରୀ କେଶବ ଦାସ ଦ୍ବିତିକୃଷ୍ଣ ଜୀ। ଅନୁରୂପ ଭାବେ ମହାଶିବରାତ୍ରି(ବୁଧବାର ) ଦିନ ସଂଧ୍ୟାରେ ୧୦୮ ଥର ସାମୁହିକ ହନୁମାନ ଚାଳିଶା ପଠନ କାର୍ଯ୍ୟକ୍ରମ କମିଟି ପକ୍ଷରୁ ଆୟୋଜନ କରାଯାଇଅଛି।

ଉକ୍ତ କାର୍ଯ୍ୟକ୍ରମଟି ହରିପୁର ମଠ ମହନ୍ତ ରାମମୋହନ ଦାସଜି ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପରିଚାଳିତ ହେବ। ସେହିପରି ଭାବେ ମହାଶିବରାତ୍ରି ପରବର୍ତ୍ତୀ ଦିନ ଅର୍ଥାତ ଗୁରୁବାର ଦିନ ସକାଳୁ ଭକ୍ତଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା କମିଟି ପକ୍ଷରୁ ଆୟୋଜନ କରାଯାଇଥିବା ଜଣାପଡିଛି।ସୂଚନା ଥାଉକି ବାଣପୁର ବଜାର ସାହି ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ଦୀର୍ଘ ୧୯ ବର୍ଷ ହେଲା ଉକ୍ତ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଶୃଙ୍ଖଳାର ସହ କରିଆସୁଅଛି।

ଅନୁରୂପ ଭାବେ କମିଟିର ଅନୁରୋଧ କ୍ରମେ ଉକ୍ତ ମନ୍ଦିରର ଉନ୍ନତି ଉପଲକ୍ଷେ ଚଳିତ ବର୍ଷ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ମନ୍ଦିର ଉନ୍ନୟନ କାର୍ଯ୍ୟ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି କମିଟି ସୂତ୍ରରୁ ପ୍ରକାଶ।

ବାଣପୁର ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ହନୁମାନ ଚାଳିଶା ଯଜ୍ଞ କମିଟି
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.