Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ

March 6, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ ଆଜି ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଓଡ଼ିଶାର ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟ ଅତିଥି, ପୁରୀ ଲୋକସଭା ସାଂସଦ ଡକ୍ଟର ସମ୍ବିତ ପାତ୍ର ମୁଖ୍ୟ ବକ୍ତା, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷl ସୁକାନ୍ତି ପାଇକରାୟ ସମ୍ମାନିତ ଅତିଥି ଓ ବିଶିଷ୍ଟ ଶିକ୍ଷାବିତ୍ ତଥା ମଞ୍ଚ ଉଦଘୋଷକ ଡକ୍ଟର ମୃତ୍ୟୁଞ୍ଜୟ ରଥ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ୪୪ତମ ବାର୍ଷିକ ଉତ୍ସବକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ଛାତ୍ରୀମାନଙ୍କର ଉଦବୋଧନୀ ସଂଗୀତ ପରେ ଅଧ୍ୟକ୍ଷ ମଂଚାସୀନ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ମୁଖ୍ୟ ବକ୍ତା ଡକ୍ଟର ସମ୍ବିତ ପାତ୍ର ବିକଶିତ ଭାରତ ବର୍ଷରେ ଓଡ଼ିଆ ବ୍ୟକ୍ତିମାନଙ୍କର ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପ୍ରଭାବ ଓ ପ୍ରଜ୍ଞାର ଅବତାରଣା କରି କହିଥିଲେ ଯେ ଶ୍ରୀଜଗନ୍ନାଥ ଓଡ଼ିଆ ମାନଙ୍କର ବୁଦ୍ଧି, ସର୍ଜନଶୀଳତା ଓ ବିଚlରଶୀଳତାକୁ ପରିଚାଳିତ କରୁଛନ୍ତି।  ଶ୍ରୀଜଗନ୍ନାଥ ଆମ ଅସ୍ମିତା ଓ ଆମ ପ୍ରଗତିର ଉତ୍ସ। ସାମ୍ପ୍ରତିକ ସମୟରେ ଓଡ଼ିଶାର ଯୁବବର୍ଗ ଚାକିରୀ ପଛରେ ନ ଗୋଡ଼ାଇ କୃତ୍ରିମ ବୁଦ୍ଧିମତାର ସାହାଯ୍ୟ ନେଇ ଆତ୍ମନିର୍ଭର ହେବା ସହ ଅନ୍ୟମାନଙ୍କ ପ୍ରେରଣାର ଉତ୍ସ ହେବା ଆବଶ୍ୟକ।

ମୁଖ୍ୟ ଅତିଥିଭାବେ ଯୋଗଦେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିଟି ଅନୁଷ୍ଠାନିକ ବିକାଶରେ ଯୁବବର୍ଗଙ୍କ ପ୍ରତିବଦ୍ଧତା ଅପରିହାର୍ଯ୍ୟ ବୋଲି ବକ୍ତବ୍ୟ ଦେଇଥିଲେ। ଏଥିସହ ମହାବିଦ୍ୟାଳୟର ଗୁଣାତ୍ମକ ବିକାଶ ପାଇଁ ଅଧ୍ୟାପକ ଅଧ୍ୟାପିକାମାନେ ନିରନ୍ତର ଲାଗିରହିଲେ ଶିକ୍ଷାର୍ଥୀମାନଙ୍କର ଅନ୍ତର୍ନିହିତ ବିକାଶ ହେବା ସହ ଅନୁଷ୍ଠାନର ମୁଖ୍ୟ ଉଦ୍ଦେଶ୍ୟ ସାଧିତ ହୋଇପାରିବ ବୋଲି ସେ ଆଲୋକପାତ କରିଥିଲେ।

ଅନ୍ତର୍ଜାତୀୟ ମଞ୍ଚ ସଂଚାଳକ ଡକ୍ଟର ମୃତ୍ୟୁଞ୍ଜୟ ରଥ ବାଲୁଗାଁ ବାଣପୁର ଅଂଚଳର କଳା,ସାହିତ୍ୟ, ନାଟ୍ୟକଳl, ଐତିହ୍ୟ, ସଂସ୍କୃତି, ଓ ଵୀରତ୍ୱର ଗାଥା ଉପସ୍ଥାପନ କରି ଛାତ୍ର ଛାତ୍ରୀ ଓ କର୍ମଚାରୀମାନଙ୍କୁ ଅନୁପ୍ରାଣିତ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ପୃଥ୍ୱୀରାଜ ହରିଚନ୍ଦନ ବାଲୁଗାଁ ଅଂଚଳର ବିଶିଷ୍ଟ ମଞ୍ଚ କଳାକାର ଓ ଚଳଚିତ୍ର ଅଭିନେତା ରବି ନନ୍ଦଙ୍କୁ ଚଳିତବର୍ଷର ଶାନ୍ତନୁ ଦାଶ ସ୍ମାରକୀ ନାଟ୍ୟ ସମ୍ମାନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଏହାପରେ ମହାବିଦ୍ୟାଳୟର ଯୁକ୍ତ ଦୁଇ ଓ ଯୁକ୍ତ ତିନି ସ୍ତରରେ ଛାତ୍ର ତଥା ସାଂସ୍କୃତିକ ପରିଷଦ ପକ୍ଷରୁ ଅନୁଷ୍ଠିତ ବିଭିନ୍ନ ବୌଦ୍ଧିକ, କ୍ରୀଡ଼ା, ନାଟ୍ୟ, ସାହିତ୍ୟ ଓ ବିଜ୍ଞାନ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀମାନଙ୍କୁ ସମ୍ମାନିତ ବକ୍ତା ଡକ୍ଟର ରଥ, ଅଧ୍ୟାପକ ଅନଙ୍ଗ ଭୀମ ବିଶ୍ୱାଳ, ତ୍ରିବିକ୍ରମ ପଣ୍ଡା, ଅକ୍ଷୟ କୁମାର ମିଶ୍ର ପ୍ରମୁଖ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ଡକ୍ଟର କୈଳାସ ଚନ୍ଦ୍ର ମହାରଣା ମଞ୍ଚ ସଂଯୋଜନା କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଯୁକ୍ତଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ। ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂହ, ବିଦ୍ୟାଧର ଜୁଝାରସିଂହ, ସୁବ୍ରତ ତ୍ରିପାଠୀ, ରୀନା ରାଉତ, ମନସ୍ବିନୀ ପଟ୍ଟନାୟକ, ମୃଡ଼ାଣି ଶଙ୍କର ପ୍ରସାଦ ମିଶ୍ର, ହିମାଂଶୁ କୁମାର ଦାଶ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଆଇନ ମନ୍ତ୍ରୀ ପୁରୀ ସାଂସଦ ବାର୍ଷିକ ଉତ୍ସବ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.