Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା: ବିଭିନ୍ନ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ, ଯୋଗ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଞ୍ଚଳିକ

ଚ଼ିଲିକା: ବିଭିନ୍ନ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ, ଯୋଗ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

March 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ଆଜି ଚ଼ିଲିକା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ନାଚୁଣୀ ସ୍ଥିତ ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଓ ଦେଓଗାଁ ଗ୍ରା:ପ ଅନ୍ତର୍ଗତ ଘାସଡ଼ିହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ।

ଆଜିର ଛାତ୍ରଛାତ୍ରୀ ମାନେ ଆଗାମୀ ଦିନର ଭବିଷ୍ୟତ। ଛାତ୍ରଛାତ୍ରୀ ମାନେ ଶୃଙ୍ଖଳାଗତ ଭାବେ ଶିକ୍ଷା ଅଧ୍ୟୟନ କରି ପ୍ରତିଭାର ବିକାଶ ସହ “ବିକଶିତ ଓଡ଼ିଶା” ଗଠନରେ ସହଭାଗିତା ହୁଅନ୍ତୁ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ନାଚୁଣୀ ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ସମାରୋହରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ନାଚୁଣୀ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରାକ୍ତନ ପ୍ରଧାନଶିକ୍ଷକ ପ୍ରଫୁଲ୍ଲ କୁମାର ସାମନ୍ତସିଂହାର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୋଷ କୁମାର ଦାସ, ବିଦ୍ୟାଳୟ ଆଲୁମିନି କମିଟି ସଭାପତି ବସନ୍ତ କୁମାର ସାହୁ, ପ୍ରଧାନଶିକ୍ଷକ ବସନ୍ତ ଶବର ଅତିଥି ଭାବେ ମଞ୍ଚାସୀନ ହୋଇଥିବା ସ୍ଥଳେ ଘାସଡ଼ିହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ପୁରସ୍କାର ଉତ୍ସବ ବିତରଣ ସମାରୋହ ରେ ବିଶିଷ୍ଟ ସମାଜସେବୀ ଦୁଷ୍ମନ୍ତ ହରିଚ଼ନ୍ଦନ, ଦେଓଗାଁ ଗ୍ରା:ପର ସରପଞ୍ଚ ରେଣୁବାଳା ଛାଟୋଇ, ବିଶିଷ୍ଟ ଶିକ୍ଷାବିତ୍ ବିଭୂତି ଭୁଷଣ ଦାଶ, ଚିତ୍ତରଞ୍ଜନ ପଟ୍ଟନାୟକ,ସମାଜସେବୀ ଶରତ ଛାଟୋଇ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ପ୍ରଧାନଶିକ୍ଷକ ଅତିଥି ଭାବେ ମଞ୍ଚାସୀନ ହୋଇଥିଲେ।

ଉଭୟ ବିଦ୍ୟାଳୟ ର ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟଅତିଥି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରସ୍କୃତ କରିବା ସହ ସ୍ଥାନୀୟ ଅଞ୍ଚଳର ସାମ୍ବାଦିକ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟ ଚିଲିକା ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025

ଚିଲିକା: ସ୍ବର୍ଗତ ଶ୍ରୀ ହରିହର ସାହୁ ସ୍ମାରକୀ ଛାତ୍ରବୃତ୍ତି

September 8, 2025

ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ

September 6, 2025
Latest News

ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ

September 10, 2025

ସୁଗମ ଯାତ୍ରା ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ବୃଦ୍ଧି ହେଲା ଅବଧି

September 10, 2025

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.