Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଏ ବର୍ଷ ଜମିବ ଓଡ଼ିଶା ପ୍ରସିଦ୍ଧ ଐତିହାସିକ ବାଣପୁର ପଞ୍ଚୁଦୋଳ, କାହିଁ କେତେ ବାଟରୁ ଆସିଲାଣି ରଂଗ ବେରଙ୍ଗର ପସରା
ଆଞ୍ଚଳିକ

ଏ ବର୍ଷ ଜମିବ ଓଡ଼ିଶା ପ୍ରସିଦ୍ଧ ଐତିହାସିକ ବାଣପୁର ପଞ୍ଚୁଦୋଳ, କାହିଁ କେତେ ବାଟରୁ ଆସିଲାଣି ରଂଗ ବେରଙ୍ଗର ପସରା

March 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଉ କେତେ ଘଣ୍ଟାର ଅପେକ୍ଷା ମାତ୍ର। ଆସନ୍ତାକାଲି ରାତିରେ ଆରମ୍ଭ ହେବ ଓଡ଼ିଶା ପ୍ରସିଦ୍ଧ ଐତିହାସିକ ବାଣପୁର ପଞ୍ଚୁଦୋଳ। ଏ ବର୍ଷ ଜମିବ ପଞ୍ଚୁଦୋଳ। ଗାଁ ଗଣ୍ଡା ପୁରପଲ୍ଲୀରେ ଘରେ ଘରେ ଜମିଲେଣି କୁଣିଆ। କାହିଁ କେତେ ବାଟରୁ ଆସିଲାଣି ରଂଗ ବେରଙ୍ଗର ପସରା। ରାସ୍ତାଘାଟରେ ବେଲୁନ୍‌ବାଲା ବଜେଇଲେଣି ଫେଁକାଳି। ଝିଅ ଶାଶୁ ଘରକୁ ଦେବା ପାଇଁ କାଠ ପଥର, କୁଲା ବାଉଂଶିଆ, କସାଂ ବାସନ, ଲୁହା ଲହୁରୁଣି, ଛାଞ୍ଚୁଣି, ପହଁରା, ମନୋହରୀରର ମନଲୋଭା ପସରାରେ ପୁରିଗଲାଣି ପଡ଼ିଆ। କୁନା କୁନି ପାଇଁ ଭଳିକି ଭଳି କଣ୍ଢେଇ, ଚକ୍ର ଦୋଳି, ଯାଦୁ ଖେଳ ପ୍ରସ୍ତୁତ ହେଲେଣି ସବୁ। ମଥୁରା କେକ୍ ଠାରୁ ଆରମ୍ଭ କରି କଟକର ଠୁଙ୍କାପରି, ଦହିବରା ଆଳୁ ଦମ୍, ଦୋସା ସାମ୍ବର, ପକଡ଼ି, ଆଳୁଚପ, ଗୁପଚୁପ ସହିତ ଆଇସକ୍ରିମ୍, ସାଲେପୁର ରସଗୋଲା ରମହ ମହବାସ୍ନା ମନ କିଣି ନେଲାଣି।

ଠାକୁର ଠାକୁରାଣିଙ୍କୁ ବୁକୁରେ ଧରିବାକୁ ଝୋଟି ଚିତାରେ ଚିତ୍ରିତ ହେଲାଣି ଦୋଳ ପିଣ୍ଡି। ମନ୍ଦିରମାନଙ୍କରେ ରଂଗ ବେରଙ୍ଗର ମଣ୍ଡଣି, ଆଲୁଅ ଫୁଲମାଳରେ ସଜେଇ ହେଲାଣି ଦୋଳବିମାନ, ଗରୁଡ଼, ହନୁମାନ ବାହାନ। ଯୋଡି ଶଙ୍ଖ, ଘଣ୍ଟ ବାଦ୍ୟ, ବଡ଼ ଢୋଲ, ମହୁରୀ, ସଂକୀର୍ତ୍ତନ, ପାଇକ ଆଖଡ଼ା ଢୋଲ, ଚାଙ୍ଗୁ, ବାଘ, ଘୋଡ଼ାଇ, କେଳା କେଳୁଣୀ, ରଜାରାଣି, ଷଣ୍ଢ ନୃତ୍ୟସବୁ ପଟୁଆରରେ ସାମିଲ ହେବାକୁ ଗାଁଗାଁରେ ଚାଲିଛିପ୍ରସ୍ତୁତି। ତେତିଶି କୋଟି ଦେବାଦେବୀଙ୍କୁ ନିମନ୍ତ୍ରଣ କରିସାରିଲେଣି ସ୍ଥାନାଧିପତି ଶ୍ରୀ ଶ୍ରୀ ଚରଣ ଚକାଦେଓ।

ଜଗତଜନନୀ ମା’ଭଗବତୀଙ୍କୁ ଖଣ୍ଡୁଆ ପାଟ ପତନୀରେ ବନ ଦୁର୍ଗା ବେଶରେ ପିନ୍ଧେଇ ଦେଲେଣୀ କାଠି ନାହାକ। ଅଗଣିତ ଭକ୍ତଙ୍କ ଠେଲା ପେଲା ଖାଇ ଯାତ୍ରାରେ ଦେବା ଦେବୀଙ୍କୁ ଭେଟିବାକୁ ବଢିଲାଣି ମନରେ ଉତ୍କଣ୍ଠ। ହରିବୋଲ ହୁଳହୁଳି ଧୂନୀରେ ପୁରି ଉଠିବ ମେଳଣ ପଡିଆ।ମା’ ଭଗବତୀଙ୍କ ସହିତ ପ୍ରଭୁ ଚନ୍ଦ୍ରଶେଖରଙ୍କ ମହାମିଳନର ମାହେନ୍ଦ୍ର ବେଳାକୁ ଦର୍ଶନ କରି ଅଶେଷ ପୂର୍ଣ୍ୟ ଅର୍ଜନ କରିବାକୁ ଶ୍ରଦ୍ଧାଳୁଙ୍କ ବଢିଲାଣି ଆବେଗ।

ବସନ୍ତ ଋତୁର ଏହି ମହା ମିଳନ ମହୋତ୍ସବ ସମସ୍ତଙ୍କ ମନରେ ଭରିଦେବ ଅଶେଷ ଆନନ୍ଦ। ଚଳିତ ବର୍ଷ ଯାତ୍ରାକୁ ଆକର୍ଷିତ କରିବା ପାଇଁ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପଞ୍ଚୁଦୋଳ କମିଟି କୁ ସହଯୋଗର ହାତ ବଢ଼ାଇଛନ୍ତି। ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକାଧିକ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାକୁ ଥିବା ବେଳେ ପଡିଆ ଚତୁଃପାର୍ଶ୍ୱରେ ଲାଗିଛି ଏକାଧିକ ଅସ୍ଥାୟୀ ଫ୍ଲଡ ଲାଇଟ। ତତସହିତ ଚଳିତ ବର୍ଷ ଦୋକାନ ବଜାର ଅଧିକ ଦିନ ଖୋଲା ରହିବ ବୋଲି କମିଟି ସୂତ୍ରରୁ ପ୍ରକାଶ।

ଓଡିଶା ପ୍ରସିଦ୍ଧ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026

ମା’ଭଗବତୀଙ୍କ ଦୋଳପର୍ବ ଆରମ୍ଭ: ଚ଼ନ୍ଦ୍ରଗ୍ରହଣ ଯୋଗୁଁ ପୂର୍ଣ୍ଣମୀ ନୀତିକାନ୍ତିରେ ପରିବର୍ତ୍ତନ

February 27, 2026
Latest News

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଆଜି ସେମିଫାଇନାଲ ପାଇଁ ମହା ଲଢେଇ: ଜାଣନ୍ତୁ ଭାରତ ବନାମ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କାହାର ପଲ୍ଲା ଭାରି?

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.