
ଖୋର୍ଦ୍ଧା: ଆଜି ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ମୋଟ ୧୮୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୨୯ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୪୮ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୩ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।
ଆଜିର ମିଳିତ ଜନଶୁଣାଣି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପ- ଜିଲ୍ଲା ପାଳ କିଶୋର କୁମାର ପଣ୍ଡା, ସ୍ଥାନୀୟ ସରପଞ୍ଚ, ତହସିଲଦାର, ବିଡ଼ିଓ, ସି ଡ଼ି ଏମ୍ଓ ରାଜଲକ୍ଷ୍ମୀ ପଟ୍ଟନାୟକ, ଡେପୁଟି କଲେକ୍ଟର ଆର୍ତ୍ତତ୍ରାଣ ମଲିକ, ଆସିଷ୍ଟାଣ୍ଟ କଲେକ୍ଟର
ଓ ଅନ୍ୟ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।