Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଜାତୀୟ ସେବା ଯୋଜନା ଦ୍ଵାରା ପୋଷ୍ୟଗ୍ରାମରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଆଞ୍ଚଳିକ

ବାଣପୁର: ଜାତୀୟ ସେବା ଯୋଜନା ଦ୍ଵାରା ପୋଷ୍ୟଗ୍ରାମରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

March 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀମାନଙ୍କ ଦ୍ବାରା ସ୍ଥିରିକୃତ ପୋଷ୍ୟଗ୍ରାମ ରାଣୀପଡା ହରିଜନ ସାହି, ବାଣପୁରରେ ଏକ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ପୂର୍ବାହ୍ନ ୧୦ ଘଟିକା ଠାରୁ ଆରମ୍ଭ ହୋଇ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମରେ ସେହି ଗ୍ରାମର ୮୦ ରୁ ଅଧିକ ମହିଳାମାନଙ୍କ ସହିତ ୪୦ ରୁ ଅଧିକ ସ୍ବେଚ୍ଛାସେବୀ ଯୋଗଦେଇ ଥିଲେ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଗ୍ରାମବାସୀମାନଙ୍କୁ ଅନେକ ସ୍ବାସ୍ଥ୍ୟ ସଚେତନତା ଉପଦେଶ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଅଶୋକ କୁମାର ବେହେରା ମୁଖ୍ୟବକ୍ତାଭାବେ ଯୋଗ ଦେଇ ଗ୍ରାମବାସୀମାନଙ୍କୁ ଏଡସ୍, ଯକ୍ଷ୍ମା, ମ୍ୟାଲେରିଆ ଆଦି ଅନେକ ରୋଗ ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମଟି ମହାବିଦ୍ୟାଳୟର ଭାରପ୍ରାପ୍ତ ମୁଖ୍ୟକିରାଣି ତଥା ପୋଷ୍ୟଗ୍ରାମର ଅଧିବାସୀ ଦୁର୍ଯୋଧନ ସାହୁଙ୍କ ପରାମର୍ଶକ୍ରମେ ଜାତୀୟ ସେବା ଯୋଜନା ଅଧିକାରୀ ଜୟନ୍ତ କୁମାର ବିହାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ପରିଚାଳିତ ହୋଇଥିଲା।

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଜାତୀୟ ସେବା ଯୋଜନା ବାଣପୁର ସ୍ବାସ୍ଥ୍ୟ ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ବାଣପୁର: କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯ୍ୟାତନା ଅଧିନିୟମ ସମ୍ବନ୍ଧୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

July 31, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଓ ଦାୟିତ୍ଵ ଗ୍ରହଣ ଉତ୍ସବ

July 31, 2025

ପିଏମ୍.ଶ୍ରୀ. ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ୬୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ

July 29, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.