Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସରିଲା ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ: ସଭାପତି ପଦବୀକୁ ନେଇ ବଢିଲା ଦ୍ଵନ୍ଦ୍ଵ
ଆଞ୍ଚଳିକ

ସରିଲା ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ: ସଭାପତି ପଦବୀକୁ ନେଇ ବଢିଲା ଦ୍ଵନ୍ଦ୍ଵ

March 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର
ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

ବାଣପୁର: ଓଡ଼ିଶା ଆଇନଜୀବୀ ପରିଷଦର ପ୍ରତ୍ୟକ୍ଷ ତତ୍ୱାବଧାନରେ ଶନିବାର ରାଜ୍ୟର ସମସ୍ତ ଅନୁବନ୍ଧିତ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଏକାକାଳୀନ ଭାବେ ଅନୁଷ୍ଠିତ ହେଇଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ସକାଳ ୭.୩୦ ଘଟିକା ଠାରୁ ନିର୍ବାଚନ ଆରମ୍ଭ ହୋଇ ଅପରାହ୍ନ ୩.୩୦ ଘଟିକାରେ ସମାପ୍ତ ହୋଇଥିଲା।

ଚଳିତ ନିର୍ବାଚନରେ ପ୍ରାର୍ଥୀମାନେ ଓକିଲ ବନ୍ଧୁମାନଙ୍କୁ ନିଜ ସପକ୍ଷରେ ମତ ଦେବାକୁ ଘରକୁ ଘର ବୁଲି ବିଭିନ୍ନ ପ୍ରକାର ପ୍ରୟାସ କରିଥିବା ଦେଖିବାକୁ ମିଳିଥିଲା। ଅପରାହ୍ନ ଚାରି ଘଟିକାରେ ଗଣତି ଆରମ୍ଭ କରାଯାଇ ଫଳ ପ୍ରକାଶ ପାଇଥିଲା।

ଚଳିତ ନିର୍ବାଚନରେ ସଂଘର ସମୁଦାୟ ୧୨୯ ଜଣ ଆଇନଜୀବୀ ସେମାନଙ୍କର ଭୋଟ ଦେଇଥିବା ବେଳେ ଉପ ସଭାପତି ଭାବରେ ପଦ୍ମଜା ପଟ୍ଟନାୟକ ୬୪ ଖଣ୍ଡ ଭୋଟ, ସମ୍ପାଦକ ଭାବରେ ଗୟାଚନ୍ଦ ଜଗଦୀଶ ପଟ୍ଟନାୟକ ୬୪ ଖଣ୍ଡ ଭୋଟ, ସହ ସମ୍ପାଦକ ଭାବେ ନରେନ୍ଦ୍ର ନାୟକ ୬୮ ଖଣ୍ଡ ଭୋଟ , କାର୍ଯ୍ୟକାରୀ ସଭ୍ୟ ଭାବରେ ସନ୍ତୋଷ ମହାପାତ୍ର ୭୮ ଖଣ୍ଡ ଭୋଟ, ଭି. କାମେଶ୍ୱର ଆଚାରୀ ୭୫ ଖଣ୍ଡ ଭୋଟ ଏବଂ ପ୍ରସନ୍ନ ଜେନା ୬୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି। ତେବେ ସଂଘର ସଭାପତି ପଦବୀ ପାଇଁ ଉଭୟ ପ୍ରାର୍ଥୀ ବୃନ୍ଦାବନ ପ୍ରଧାନ ଓ ଦେବି ପ୍ରସାଦ ସାମନ୍ତରାୟ ସମାନ ଭବେ ୬୩ ଖଣ୍ଡ ଭୋଟ ପାଇଥିବା ଜଣାପଡିଛି। ଏହି ପରିସ୍ଥିତିରେ ନିର୍ବାଚନ ଅଧିକାରୀ ଉଭୟ ପ୍ରାର୍ଥୀଙ୍କୁ ଧର୍ମଗୁଳା(ଲଟେରୀ) ପାଇଁ ପ୍ରସ୍ତାବ ଦେଇଥିବାବେଳେ ଉଭୟ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ l ତେଣୁ କେଉଁ ପ୍ରାର୍ଥୀ ବିଜେତା ତାହାର ନିଷ୍କର୍ଷ ବାହାରିପାରିନାହିଁ l

ଉକ୍ତ ନିର୍ବାଚନକୁ ନିର୍ବାଚନ ଅଧିକାରୀ ଭାବରେ ଆଇନଜୀବୀ ଅଜିତ ସ୍ୱାଇଁ ଏବଂ ସହ ନିର୍ବାଚନ ଅଧିକାରୀ ଭାବେ ଆଇନଜୀବୀ ବିପିନ ପ୍ରଧାନ ପରିଚାଳନା କରିଥିଲେ।

ଓକିଲ ସଂଘ କର୍ମକର୍ତ୍ତା ନିର୍ବାଚନ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଭୁବନେଶ୍ୱରରେ ନିଜର ସର୍ବବୃହତ ଜୁଏଲାରୀ ଶୋ’ରୁମ ଉଦ୍‌ଘାଟନ କଲା କିସ୍‌ନା

October 17, 2026

BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍

October 17, 2026

ଅଭିଜିତ ଦୀପକେ ମୁକ୍ତ: ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ SEM କୋର୍ଟ

October 17, 2026

ବେଆଇନ ନିର୍ମାଣ ଅଭିଯୋଗରେ ଅଜୟ ଦେବଗନ୍‌ଙ୍କ ବଙ୍ଗଳାକୁ ଭାଙ୍ଗିଲା ବିଏମସି

October 17, 2026

ବିସ୍କୁଟରେ ପଶୁ ଚାରା, କ୍ଷୀରରେ ଡିଟର୍ଜେଣ୍ଟ!: ୩ କମ୍ପାନୀ ବିରୋଧରେ FSSAIର ବଡ଼ କାର୍ଯ୍ୟାନୁଷ୍ଠାନ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.