Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶ୍ରୀ ଶ୍ରୀ ଜଗତେଶ୍ୱର ଦେବଙ୍କ ପୀଠରେ ତ୍ରିଦିନାତ୍ମକ ବିଶ୍ୱଶାନ୍ତି ଶୈବ ମହାଯଜ୍ଞ
ଆଞ୍ଚଳିକ

ଶ୍ରୀ ଶ୍ରୀ ଜଗତେଶ୍ୱର ଦେବଙ୍କ ପୀଠରେ ତ୍ରିଦିନାତ୍ମକ ବିଶ୍ୱଶାନ୍ତି ଶୈବ ମହାଯଜ୍ଞ

April 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଚିଲିକା ବ୍ଲକ ବଡ଼କୁଳ ପଞ୍ଚୟତ ଅନ୍ତର୍ଗତ ସୁବୁଦ୍ଧିପାଟଣା ସ୍ଥିତ ଶ୍ରୀ ଶ୍ରୀ ଜଗତେଶ୍ୱର ଦେବଙ୍କ ପୀଠରେ ତ୍ରିଦିନାତ୍ମକ ବିଶ୍ୱଶାନ୍ତି ଶୈବ ମହାଯଜ୍ଞ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଚାରି ଦିନ ବ୍ୟାପି ଶୈବ ମହାଯଜ୍ଞ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧିବାସରେ ଅଙ୍କୁରାରୋପଣ କରାଯାଇଥିଲା। ସୋମବାର ଦିନ କଳସଯାତ୍ରା ସହ ଯଜ୍ଞ ଶାଲା ପ୍ରଵେଶ କରାଯାଇ ସୂର୍ଯ୍ୟ ପୂଜା, ଶାଲା ପୂଜା ପରେ ଯଜ୍ଞ ଆରମ୍ଭ ହୋଇଥିଲା।

ମଙ୍ଗଳବାର ପ୍ରାତଃ କାଳରୁ ବିଶିଷ୍ଟ ପଣ୍ଡିତ ମାନଙ୍କ ଦ୍ୱାରା ସୂର୍ଯ୍ୟ ପୂଜା,ଶାଲା ପୂଜା ସହ ଯଜ୍ଞ ଆହୁତି ହୋଇ ବୁଧବାର ଅପରାହ୍ନରେ ପୂର୍ଣ୍ଣାହୁତି ହୋଇଯାଇଛି।ସମ୍ପୃକ୍ତି ଅଞ୍ଚଳର ଆରାଧ୍ୟ ଠାକୁର ତଥା ଅକର୍ମ କର୍ମ ଦାୟକ ଶ୍ରୀ ଶ୍ରୀ ଜଗତେଶ୍ୱର ଦେବଙ୍କ ପୀଠରେ ସୁବୁଦ୍ଧିପାଟଣା ଗ୍ରାମବାସୀଙ୍କ ସହଯୋଗରେ ଆଖପାଖ ଅଞ୍ଚଳର ଗ୍ରାମବାସୀ ଏବଂ ଦାତାଙ୍କ ସହାୟତାରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବହୁ ଆଡମ୍ବରରେ ବିଶ୍ୱଶାନ୍ତି କଲ୍ୟାଣ ନିମନ୍ତେ ତ୍ରିଦିନାତ୍ମକ ଶୈବ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଅଞ୍ଚଳର ପ୍ରତ୍ୟକ୍ଷ ଶୈବପୀଠ ହୋଇଥିବାରୁ ଆଖପାଖ ଅଞ୍ଚଳର ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିଲା।

ପ୍ରତି ଦିନ ନୀତିକାନ୍ତି ଅନୁଯାୟୀ ଯଜ୍ଞ ହେଉଥିବା ବେଳେ ନାନାଦି ବ୍ୟଞ୍ଜନ ପ୍ରସାଦ ଲାଗି ପରେ ସମସ୍ତ ରୀତିନୀତି ସମ୍ପର୍ଣ୍ଣ ସହ ପୂଜା ବିଧି ସାରି ଯଜ୍ଞ ସମାପନ କରାଯାଇଥିଲା।ଭକ୍ତଙ୍କ ନିମିତ୍ତ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ଶ୍ରଦ୍ଧାଳୁଙ୍କ ଭିଡ଼କୁ ନିୟନ୍ତ୍ରିତ କରିବା ପାଇଁ ଗ୍ରାମ୍ୟ କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମକୁ ମନ୍ଦିର ଟ୍ରଷ୍ଟି,କମିଟି ସଦସ୍ୟ ଏବଂ ଆଖପାଖ ଅଞ୍ଚଳବାସୀ ମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।

ଶ୍ରୀ ଶ୍ରୀ ଜଗତେଶ୍ୱର ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.