Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଶିକ୍ଷଣ ନେଲେ ପି. ଏମ୍ ଶ୍ରୀ ଭେଟିନାଥ ଦେବ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ
ଆଞ୍ଚଳିକ

ପ୍ରଶିକ୍ଷଣ ନେଲେ ପି. ଏମ୍ ଶ୍ରୀ ଭେଟିନାଥ ଦେବ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ

April 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ବ୍ଲକ ଅଧିନସ୍ଥ ଭେଟେଶ୍ୱର ଗ୍ରାମପଞ୍ଚାୟତରେ ଥିବା ପି. ଏମ୍ ଶ୍ରୀ ଭେଟିନାଥ ଦେବ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପରିସର ମଧ୍ୟରେ ସମାଜସେବୀ ତଥା ସେଣ୍ଟ ଜନ୍ ଆମ୍ବୁଲାନ୍ସ ଆସୋସିଏସନର ଆଜୀବନ ସଦସ୍ୟ ଅନନ୍ତ ଚରଣ ଖଟେଇଙ୍କ ନେତୃତ୍ୱରେ ପ୍ରାଥମିକ ଉପଚାର ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାଥମିକ ଚିକିତ୍ସା କଣ ଓ କିପରି ପ୍ରାଥମିକ ଉପଚାର କରି ରୋଗୀ ଅବା ଆହତ ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ପହଞ୍ଚାଇ ପାରିବେ ସେ ନେଇ ଶ୍ରୀ ଖଟେଇ ମହୋଦୟ ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦେବା ସହିତ ଶିକ୍ଷକ ଏବଂ ଶିକ୍ଷୟତ୍ରୀ ମାନଙ୍କୁ ମଧ୍ୟ ସଚେତନ ବାର୍ତ୍ତା ପ୍ରଦାନ କରିଥିଲେ। ଅସାବଧାନତା ବଶତଃ ଦୁର୍ଘଟଣାରେ ଗୋଡ଼, ହାତ ଭାଙ୍ଗିବା, ମୁଣ୍ଡ ଫାଟିବା, ରକ୍ତ ସ୍ରାବ ହେଲେ ପ୍ରାଥମିକ ଉପଚାର ଆଦି ବିଷୟରେ ସଚେତନ କରାଇବା ସହ ସାପ କାମୁଡ଼ା, କୁକୁର କାମୁଡ଼ା, ହୃତଘାତ, ଜଳାପୋଡା ଜନିତ ସମସ୍ୟା ହେଲେ ନିଜକୁ ଏବଂ ଅନ୍ୟ ମାନଙ୍କୁ କିପରି ରକ୍ଷା କରାଯାଇପାରିବ ସେ ସମ୍ପର୍କରେ ପ୍ରଶିକ୍ଷଣ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ୪୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଭାବେ ଭେଟେଶ୍ୱର ଗ୍ରାମ ପଞ୍ଚାୟତର ସମିତିସଭ୍ୟା ରଶ୍ମିତା ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସତ୍ୟ ନାରାୟଣ ରଣା, ପୂର୍ବତନ ସରପଞ୍ଚ ଜୀତେନ୍ଦ୍ର କୁମାର ସାମନ୍ତରାୟଙ୍କ ଉପସ୍ଥିତି ସହିତ ବିଦ୍ୟାଳୟର ଅଧ୍ୟକ୍ଷ ଗଜେନ୍ଦ୍ର ପ୍ରସାଦ ଜେନା, ବରିଷ୍ଠ ଶିକ୍ଷକ ମହେନ୍ଦ୍ର କୁମାର ଦାସ, କ୍ରୀଡା ଶିକ୍ଷକ ଅବିନାଶ ଜେନାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଯୋଗଦାନ କରିଥିଲେ।

ପ୍ରାଥମିକ ଚିକିତ୍ସା ତାଲିମର ଶେଷ ପର୍ଯ୍ୟାୟରେ ବିଦ୍ୟାଳୟ ତରଫରୁ ସମସ୍ତ ଅତିଥିମାନଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ ତାଲିମ ଦାତା ଅନନ୍ତ ଚରଣ ଖଟେଇଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।

ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.