Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାଧନା-୨୦୨୫ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ସାଧନା-୨୦୨୫ ବାର୍ଷିକ ଉତ୍ସବ ଅନୁଷ୍ଠିତ

April 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବିଜ୍ଞାପିତ ପରିଷଦ ସ୍ଥିତ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ ବିଦ୍ୟାଳୟର ବାର୍ଷିକ ଉତ୍ସବ “ସାଧନା-୨୦୨୫” ଧୂମଧାମ ସହ ପାଳିତ ହୋଇଯାଇଛି।  ଜଗତର ନାଥ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଧୂପ ଦୀପ ଦିଆଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ଼. ମନ୍ମଥ କୁଣ୍ଡୁ, ମୁଖ୍ୟ ବକ୍ତା ଭାବେ ଟାଙ୍ଗୀ ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ସମ୍ମାନିତ ଅତିଥି ଭାବେ ବି.ବି. ସେଣ୍ଟ୍ରାଲ ଏକାଡେମୀର ଡ଼ାଇରେକ୍ଟର ବିରଞ୍ଚି ନାରାୟଣ ରଥ, ଅବସର ପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନା, ମା ମଣିନାଗ ମହିଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ନବକିଶୋର ମହାପାତ୍ର, ଶିକ୍ଷବିତ ଡ଼. କଳ୍ପନା ରଥ, ଆଇନୀଜୀବୀ ଗିରିଜାକାନ୍ତ ମହାପାତ୍ର, ମଣିନାଗ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୁ ପ୍ରସାଦ ମଲ୍ଲିକ, ବିଦ୍ୟାଳୟର ସଭାପତି ସୂର୍ଯ୍ୟନାରାୟଣ ପ୍ରଧାନ, ଉପଦେଷ୍ଟା ବିଭୁତି କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ।

ବିଦ୍ୟାଳୟର ପ୍ରତିଷ୍ଠାତା ଗଦାଧର ବେହୁରା ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ନିର୍ଦ୍ଦେଶକ ତଥା ଅବସର ପ୍ରାପ୍ତ ଓଡଗାଁ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ନାୟକ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ। ଅସୁସ୍ଥ ହୋଇ ଭୁବନେଶ୍ୱର ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିବା ବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଣନାଥ ବେହୁରାଙ୍କ ଆରୋଗ୍ୟ କାମନା କରି ଉପସ୍ଥିତ ଅତିଥି ଓ ଅଭିଭାବକମାନେ ଜଗନ୍ନାଥଙ୍କ ନିକଟରେ ପାର୍ଥନା କରିଥିଲେ।

ନୟାଗଡ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ ସଭାପତି ତଥା ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଆଚାର୍ଯ୍ୟ ବିଶ୍ୱରଂଜନ, ଅର୍ଗସ ସାମ୍ବାଦିକ ଚିରଞ୍ଜିବି ଦାଶଙ୍କ ସମେତ ସମସ୍ତ ସାମ୍ବାଦିକମାନଙ୍କୁ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା କରାଯାଇଥିଲା। ପିଲାମାନଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଅତ୍ୟନ୍ତ ମନୋରମ ତଥା ଆକାର୍ଷଣୀୟ ଥିଲା।

ବିଦ୍ୟାଳୟର ଶିକ୍ଷୟତ୍ରୀ ସୁଶ୍ରୀ ପ୍ରିୟଦର୍ଶିନୀ, ସୀମା ସାହୁ, ପୁଷ୍ପାଞ୍ଜଳି ମହାରଣା, ରଶ୍ମିତା ଡାକୁଆ, ସ୍ଵାଗତିକା ସ୍ୱାଇଁ, ପୂଜାରାଣୀ ସ୍ୱାଇଁ, ମାମୁନି ବେହେରାଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026

ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା 

August 20, 2026

ଝାନ୍ସୀସ୍ଥିତ CMLR ୱାର୍କସପ୍‌ ପକ୍ଷରୁ ମଡ୍ୟୁଲାର ବାୟୋ-ଟଏଲେଟ୍

August 20, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026

“ସେମାନେ ଆମର ମାଲିକ ନୁହଁନ୍ତି”: ସର୍ଜିଓ ଗୋରଙ୍କ ବୟାନ ଉପରେ ମେହବୁବା ମୁଫତି

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.