Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସିଭିଲ କୋର୍ଟ ପରିସରରେ ଆଇନ ସଚେତନତା ଶିବିର
ଆଞ୍ଚଳିକ

ବାଣପୁର ସିଭିଲ କୋର୍ଟ ପରିସରରେ ଆଇନ ସଚେତନତା ଶିବିର

May 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ସିଭିଲ କୋର୍ଟ ପରିସରରେ ସ୍ଥାୟୀ ଲୋକ ଅଦାଲତ(ଜନ ଉପଯୋଗୀ ସେବା), ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର ଆଦି ବିଷୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା ସମିତି ପକ୍ଷରୁ ଆୟୋଜିତ ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ଓକିଲ ସଂଘ ସଭାପତି ବୃନ୍ଦାବନ ପ୍ରଧାନ, ସମ୍ପାଦକ ଜଗଦୀଶ ପଟ୍ଟନାୟକ, ଉପ ସଭାପତି ପଦ୍ମଜା ପଟ୍ଟନାୟକ,ଫ୍ରଣ୍ଟ ଅଫିସ ରିଟେନର ଦେବିପ୍ରସାଦ ସାମନ୍ତରାୟ, ଅନ୍ୟ ଓକିଲ ମାନେ ଏବଂ କୋର୍ଟ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ।

ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ସ୍ଥାୟୀ ଲୋକ ଅଦାଲତ(ଜନ ଉପଯୋଗୀ ସେବା), ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର ଆଦିର ସୁଫଳ ବିଷୟରେ ଆଲୋଚନା କରିଥିଲେ। ଉକ୍ତ ଆଇନ ସେବା ଦ୍ୱାରା ନାଗରିକମାନେ ଅଯଥା କୋର୍ଟ କଚେରୀର ଦ୍ୱାରସ୍ତ ନ ହୋଇ ଏବଂ ଖର୍ଚ୍ଚାନ୍ତ ନହୋଇ ନିଃଶୁଳ୍କରେ ନିଜର ଆଇନଗତ ସମସ୍ୟାର ସମାଧାନର ବାଟ ପାଇପାରିବେ ବୋଲି କହିଥିଲେ।

ଉକ୍ତ ସେବା ଦ୍ୱାରା ନାଗରିକମାନଙ୍କ ଦୀର୍ଘ ଦିନର ବିବାଦ ଗୁଡିକ ମଧ୍ୟ ଆଇନ ଅନୁଯାୟୀ ସମାଧାନ ହୋଇପାରିବ। ଅନୁରୂପ ଭାବେ ଅନ୍ୟ ଅତିଥି ମାନେ ମଧ୍ୟ ନିଜ ନିଜର ମତାମତ ରଖିଥିଲେ।

ଆଇନ ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.