Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋଲିଲା ମା’ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ କେତେ ମିଳିଲା ଦାନ ରାଶି?
ଆଞ୍ଚଳିକ

ଖୋଲିଲା ମା’ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ କେତେ ମିଳିଲା ଦାନ ରାଶି?

June 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ଭଗବତୀଙ୍କ ଭିତର ହୁଣ୍ଡି ଖୋଲାଯାଇ ହୁଣ୍ଡିରୁ ଆଦାୟ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ସହିତ ସୁନାରୂପାର କିଛି ଦ୍ରବ୍ୟ ସ୍ଥାନୀୟ ୟୁ.କୋ ବ୍ୟାଙ୍କରେ ଥିବା ମନ୍ଦିର ଜମା ଖାତାରେ ଜମା କରାଯାଇଛି। ମନ୍ଦିର ପରିଚାଳନା କମିଟିର ସଭାପତି, ସ୍ଥାନୀୟ ତହସିଲଦାର ଟି ପଦ୍ମନାଭ ଦୋରା, ବିଡ଼ିଓ ଶୀତଲ ଅଗ୍ରୱାଲ, କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ, ମନ୍ଦିର କର୍ମଚାରୀ, ସେବାୟତ ଓ ସ୍ଥାନୀୟ ପୋଲିସ୍ ଙ୍କ ଉପସ୍ଥିତିରେ ମା’ଭଗବତୀଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଭିତର ହୁଣ୍ଡି ଖୋଲିଥିଲା।

ଖୋଲାଯାଇଥିବା ହୁଣ୍ଡିରୁ ସଂଗୃହୀତ ଅର୍ଥ ଗଣତି ପରେ ୧,୧୮,୪୯୦ (ଏକ ଲକ୍ଷ ଅଠର ହଜାର ଚାରିଶହ ନବେ) ଟଙ୍କାର ନୋଟ ଏବଂ ୧୮,୯୩୮ (ଅଠର ହଜାର ନଅଶହ ଅଠତିରିଶି) ଟଙ୍କାର ମୁଦ୍ରା ସର୍ବମୋଟ ୧,୩୭,୪୨୮ (ଏକ ଲକ୍ଷ, ସତତିରିଶି ହଜାର, ଚାରିଶହ ଅଠେଇଶି) ଟଙ୍କା ସହିତ ୧ ଗ୍ରାମର ଏକ ରୂପାମୁଦ୍ରା, ୨୯୦ ମିଲିଗ୍ରାମର ଦୁଇଟି ରୂପା ଆଖି ସଂଗ୍ରହ କରାଯାଇ ମନ୍ଦିର ନାମରେ ସ୍ଥାନୀୟ ୟୁକୋ ବ୍ୟାଙ୍କରେ ଥିବା ଜମା ଖାତାରେ ଜମା କରାଯାଇଛି।କାର୍ଯ୍ୟାଳୟର କର୍ମଚାରୀ ସୁରେନ୍ଦ୍ର ସାହୁ, ଅକ୍ଷୟ ମିଶ୍ର, ଅଶ୍ଵିନୀ ମିଶ୍ର, ପାଳିଆ ମାଳି ସଂଜୟ ମହାପାତ୍ର ଓ ସ୍ଥାନୀୟ ପୋଲିସ୍ ଏହି କାର୍ଯ୍ୟରେ ସହଯୋଗ କରିଥିଲେ।

ଶ୍ରଦ୍ଧାଳୁମାନଙ୍କ ଦାନ ଏହି ଅର୍ଥ ମା’ଙ୍କ ଦୈନନ୍ଦିନ ନୀତିକାନ୍ତି ସେବାରେ ଲାଗିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କଠାରୁ ପ୍ରକାଶ

ପ୍ରସିଦ୍ଧ ଶକ୍ତିପୀଠ ବାଣପୁର ମା'ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ରହ୍ମେଶ୍ୱର ମନ୍ଦିରରୁ ଚୋରି ଘଟଣା: ୨୪ ଘଣ୍ଟା ଭିତରେ ଅଭିଯୁକ୍ତକୁ ଧରିଲା ପୋଲିସ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026
Latest News

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.