Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ କଲେଜରେ ଯୋଗ ସଙ୍ଗମ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ କଲେଜରେ ଯୋଗ ସଙ୍ଗମ କାର୍ଯ୍ୟକ୍ରମ

June 21, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଆଜି ଏକାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ “ଯୋଗ ସଙ୍ଗମ” ଅନୁଷ୍ଠିତ ହୋଇଯାଇଛି। ଆଜି ପୂର୍ବାହ୍ଣରେ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଯୋଗଦର୍ଶନ ଓ ପ୍ରାଚୀନ ଭାରତର ମହାନ ପରମ୍ପରା କିପରି ସମଗ୍ର ବିଶ୍ୱକୁ ଦିଗଦର୍ଶନ ପ୍ରଦାନ କରିଛି ଉପସ୍ଥାପନ କରିଥିଲେ।

ଅଧ୍ୟାପକ ଡକ୍ଟର ସନ୍ତୋଷ କୁମାର ରଥ ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ପ୍ରସଙ୍ଗ “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” ର ପ୍ରାସଙ୍ଗିକତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହାପରେ କେନ୍ଦ୍ର ସରକାରଙ୍କ ଯୋଗ ମାର୍ଗଦର୍ଶିକା ନିୟମ ଆଧାରରେ ପୂର୍ବାହ୍ଣ ସାତ ଘଟିକା ସମୟରେରେ ରାଜ୍ୟସ୍ତରୀୟ ଯୋଗ ପ୍ରଶିକ୍ଷକ ଦୁର୍ଗା ପ୍ରସାଦ ପାଢ଼ୀ, ଦିଲ୍ଲୀପ କୁମାର ସୁବୁଦ୍ଧି, ପ୍ରଦୀପ ବଳବନ୍ତରାୟ ଓ ଅଧ୍ୟାପକ ବିଦ୍ୟା ଧର ଜୁଝାରସିଂଙ୍କ ଦିଗଦର୍ଶନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମହାବିଦ୍ୟାଳୟର ଦୁଇଶହ ଷାଠିଏ ଛାତ୍ର ଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ।

ଆନୁଷ୍ଠାନିକ ଯୋଗ ପ୍ରଦର୍ଶନ ପରେ ଯୋଗଗୁରୁମାନେ ଯୋଗ ପ୍ରାଣାୟାମର ସ୍ୱାସ୍ଥ୍ୟ ଓ ବିଶ୍ୱ ଉପରେ ଥିବା ପ୍ରଭାବ ସମ୍ପର୍କରେ ସୂଚନା ଦେବାପରେ ଅଧ୍ୟକ୍ଷ ସେମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଏହି ଅବସରରେ ଜାତୀୟ ସେବା ଅନୁଷ୍ଠିତ ମହାବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଶିବ ମହାରଣା, ପ୍ରଜ୍ଞାସ୍ମିତା ସାହୁ, ପ୍ରାଚୀ ସାହୁ,ଦେବିସ୍ମିତା ସାହୁ, ରାଜ ଲକ୍ଷ୍ମୀ ଜେନା ଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏଥିସହ ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଅଭି ଜାଲିଙ୍କୁ ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଯୁବ ରେଡକ୍ରସ ଦିଗଦର୍ଶକ ଅଧ୍ୟାପକ ଧୋବୀ ଚରଣ ପରିଡା ସମସ୍ତଙ୍କୁ କୃତଜ୍ଞତା ଅର୍ପଣ କରିଥିଲେ। ଏହାପରେ ଅନୁଷ୍ଠିତ ହରିତ ଯୋଗ କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ ଓ ଶିକ୍ଷକମାନେ ମହାବିଦ୍ୟାଳୟ ପରିସର ପରିଷ୍କାର କରିବା ସହ ବୃକ୍ଷ ରୋପଣ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନା ଅଧିକାରୀ ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ଅଧ୍ୟାପିକା ରୀନା ରାଉତ, ଯୁବ ରେଡ଼କ୍ରସ ଅଧିକାରୀ ମନସ୍ବିନୀ ପଟ୍ଟନାୟକ,ଏନସିସି ଅଧିକାରୀ ଚନ୍ଦନ ନାୟକ, ରୋଭର ରେଞ୍ଜର ଅଧିକାରୀ ସ୍ନିଗ୍ଧାରାଣୀ ମୁଦୁଲି ଓ ଦୀପକ କୁମାର ପରିଡା ପରିଚାଳନା କରିଥିଲେ।

ଅନ୍ତର୍ଜାତୀୟ ଯୋଗ ଦିବସ ବାଲୁଗାଁ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026
Latest News

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.