Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗାଲୁଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର
ଆଞ୍ଚଳିକ

ଗାଲୁଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହରର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଗାଲୁଆ ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ବର୍ଷା ରୁତୁରେ ଖଟା, ଥଣ୍ଡା ଖାଇଲେ ଓ ବର୍ଷାରେ ଭିଜିଲେ ଥଣ୍ଡା ଓ ଭୂତାଣୁ ସଂକ୍ରମିତ ହୁଏ। ପ୍ରାୟତଃ ଶିଶୁ ଓ ବାଳକଙ୍କ କର୍ଣ୍ଣ ମୂଳ ଗ୍ରନ୍ଥି ଫୁଲି ଜ୍ୱର, ମୁଣ୍ଡବ୍ୟଥା, ଅରୁଚି, ସର୍ବାଙ୍ଗ ବ୍ୟଥା, ପାଟି ଖୋଲିଲେ ବ୍ୟଥା ଖାଦ୍ୟ ଗିଳିବାରେ କଷ୍ଟ ହୁଏ। ଅପଥ୍ଯ କଲେ ଉଭୟ କାନ ମୂଳ ଫୁଲିଯାଏ।

ଏହି ଭଳି ପରିସ୍ଥିତିରେ ଦୁଦୁରା ପତ୍ର ବାଟି ସୋରିଷ ତେଲ ସହ ଭାଜି ଲଗାଇବେ। ଶୁଣ୍ଠି, ପିପ୍ପଳୀ, କଳାମରିଚ, ସୈନ୍ଧବ ଲବଣ ମିଶାଇ ଖାଇଲେ ଭଲ ହୋଇଯାଏ।

ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରି ଥିଲେ l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତିl

କର୍ଣ୍ଣମୂଳଶୋଥ ଗାଲୁଆ ରୋଗ ବ୍ରହ୍ମପୁର ସହର ଭରଦ୍ବାଜ ପ୍ରତିଷ୍ଠାନ ମାଗଣା ସ୍ଵାସ୍ଥ୍ୟ ଶିବିର ସଚେତନା ଓ ସ୍ଵାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଷଣା ହେଲା NEET PG 2025 ଫଳାଫଳ, କେବେ କରିବେ ସ୍କୋରକାର୍ଡ ଡାଉନଲୋଡ୍?

August 19, 2025

ହିଣ୍ଡାଲକୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର

August 19, 2025

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

August 18, 2025
Latest News

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.