Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଉକ୍ତ କାର୍ଯ୍ୟକ୍ରମ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର ଅଦାଲତର ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଣପୁର ଜେଏମଏଫସି ଇପ୍ସିତା ପ୍ରିୟା ଏକ୍କା ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବିଭିନ୍ନ ପ୍ରକାରର ଔଷଧୀୟ ତଥା ଉପକାରୀ ଚାରା ଗୁଡିକ ବିଦ୍ୟାଳୟ ପରିସରରେ ରୋପଣ କରାଯାଇଥିଲା।

ପରିଶେଷରେ ଚାରାଗୁଡିକୁ ପୂଜନ ମଧ୍ୟ କରାଯାଇଥିଲା।ବିଦ୍ୟାଳୟର ଅଧ୍ୟକ୍ଷ,ଶିକ୍ଷକ, କୁନି ଛାତ୍ର ଛାତ୍ରୀ, ବନ ବିଭାଗ ଅଧିକାରୀ,କୋର୍ଟ କର୍ମଚାରୀ ଏବଂ ଓକିଲମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ସମ୍ପ୍ରତି ପରିସ୍ଥିତିରେ ବୃକ୍ଷରୋପଣ ଅପରିହାର୍ଯ୍ୟ ହୋଇପଡିଥିବା ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ମହାପାତ୍ର ତାଙ୍କ ବକ୍ତବ୍ୟରେ କହିଥିଲେ। ଦିନକୁଦିନ ପରିବେଶ ଭାରସାମ୍ୟ ସନ୍ତୁଳନ ହରାଉଥିବା ବେଳେ ତାପମାତ୍ରାରେ ପରିବର୍ତ୍ତନ ଘଟୁଛି। ତେଣୁ ଏହାର ଏକମାତ୍ର ବିକଳ୍ପ ହେଉଛି ବୃକ୍ଷରୋପଣ ଏବଂ ଆମ ଭବିଷ୍ୟତ ପିଢ଼ି ମଧ୍ୟ ବୃକ୍ଷରୋପଣ ପ୍ରତି ଯତ୍ନବାନ ହେବା ଦରକାର ବୋଲି କହିଥିଲେ ବିଚାରପତି ଶ୍ରୀ ମହାପାତ୍ର।

ତାଲୁକ ଆଇନ ସେବା ସମିତି ବନ ମହୋତ୍ସବ ସପ୍ତାହ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାରେ ବାଣପୁର ଜଳବନ୍ଦୀ

September 26, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026
Latest News

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

କମର୍ସିଆଲ୍ ବିମାନରେ ଯାତ୍ରୀଙ୍କୁ କାହିଁକି ଦିଆଯାଏନି ପାରାଚ୍ୟୁଟ୍? ଜାଣନ୍ତୁ ଏହା ପଛର ୫ଟି ବଡ଼ କାରଣ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୧୨ ମୃତ, ୩୦ ଗୁରୁତର

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.