Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନରସିଂହପୁର କ୍ଲଷ୍ଟରରେ ସାପ କାମୁଡା ପ୍ରତିରୋଧ ଓ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ନରସିଂହପୁର କ୍ଲଷ୍ଟରରେ ସାପ କାମୁଡା ପ୍ରତିରୋଧ ଓ ସଚେତନତା କାର୍ଯ୍ୟକ୍ରମ

July 25, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାର ସମସ୍ତ ବିଦ୍ୟାଳୟରେ ଜୁଲାଇ ୨୩ ତାରିଖରେ ସାପ କାମୁଡା ପ୍ରତିରୋଧ ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ପିଲାମାନଙ୍କ ମଧ୍ୟରେ ପ୍ରବନ୍ଧ, କୁଇଜ ଓ ପୋଷ୍ଟର ପ୍ରସ୍ତୁତି ପ୍ରତିଯୋଗିତା କରାଯାଇଥିଲା। ବିଦ୍ୟାଳୟ ସ୍ତରରେ ପ୍ରତି ବିଭାଗରେ ପ୍ରଥମ ସ୍ଥାନ ହାସଲ ଅଧିକାର କରିଥିବା ପିଲାମାନେ କ୍ଲଷ୍ଟର ସ୍ତରୀୟ ପ୍ରତିଯୋଗିତା ଭାଗ ନେଇଥିଲେ। ଏହି ପ୍ରତିଯୋଗିତାରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କନିଷ୍ଠ ବିଭାଗ ଏବଂ ନବମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବରିଷ୍ଠ ବିଭାଗ ନିଆ ଯାଇଥିଲା।

ଏହି ପରିପ୍ରେକ୍ଷୀରେ ଆଜି ନରସିଂହପୁର କ୍ଲଷ୍ଟରରେ ନରସିଂହପୁର ଉଚ୍ଚ ବିଦ୍ୟାଳୟରେ ବରିଷ୍ଠ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକଙ୍କ ସହଯୋଗ ଓ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ କ୍ଲଷ୍ଟର ସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭିକ ପର୍ଯ୍ୟାୟରେ ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ, ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳାଦ୍ରି ବିହାରୀ ସୁବୁଦ୍ଧି, ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅଜୟ କୁମାର ସାହୁ, ସାମନ୍ତରାପୁର ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରା, ପାମ୍ପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ଅଟ୍ଟ, ବରିଷ୍ଠ ଶିକ୍ଷକ ପୁଷ୍କର ପ୍ରଧାନ, ଭାଗବତ ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ଓ ଶିକ୍ଷୟତ୍ରୀ ସରୋଜିନୀ ମଙ୍ଗରାଜ ଶ୍ଳୋକ ପାଠ କରିଥିଲେ। ଏହା ପରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ପିଲାମାନଙ୍କ ମଧ୍ୟରେ ପ୍ରବନ୍ଧ, କୁଇଜ ଓ ପୋଷ୍ଟର ପ୍ରସ୍ତୁତି ପ୍ରତିଯୋଗିତା କରାଯାଇଥିଲା।

ଏହି କାର୍ଯ୍ୟକ୍ରମର ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ବିଶ୍ୱରଞ୍ଜନ ଆଚାର୍ଯ୍ୟ, ମୁଖ୍ୟ ବକ୍ତା ଭାବେ ସ୍ନେକ ହେଲ୍ପଲାଇନ ସଦସ୍ୟ ଅଜୟ କୁମାର ଦାସ ଓ ରଞ୍ଜନ କୁମାର ଜେନା ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ପିଲାମାନେ ପୁଷ୍ପ ଓ ଚନ୍ଦନ ଦେଇ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପୁରସ୍କାର ବିତରଣରେ ସୁକାନ୍ତ କୁମାର ବେହେରା ସହଯୋଗ କରିଥିଲେ। ସ୍ନେକ ହେଲ୍ପଲାଇନ ସଦସ୍ୟ ଅଜୟ କୁମାର ଦାସ ଓ ରଞ୍ଜନ କୁମାର ଜେନା ଉପସ୍ଥିତ ଥିବା ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ସାପ କାମୁଡା ପ୍ରତିରୋଧ ଓ ସଚେତନତା ସମ୍ବନ୍ଧରେ ବିସ୍ତୃତ ଭାବେ ଆଲୋଚନା କରି ବୁଝାଇଥିଲେ। ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଉପସ୍ଥିତ ଅତିଥି ମାନେ ପୁରସ୍କୃତ କରିଥିଲେ।

ବରିଷ୍ଠ ବିଭାଗରେ ନରସିଂହପୁର ଉଚ୍ଚ ବିଦ୍ୟାଳୟର ବିଜୁଳି ପ୍ରଧାନ ପ୍ରବନ୍ଧରେ ପ୍ରଥମ, କୀର୍ତ୍ତିମାନ ପାଲଟାସିଂହ କୁଇଜରେ ପ୍ରଥମ ଓ ପୁଷ୍ପାଞ୍ଜଳି ବେହେରା ପୋଷ୍ଟର ପ୍ରସ୍ତୁତି ରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସେହିପରି କନିଷ୍ଠ ବିଭାଗରେ ନାଟିମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଲିପ୍ତା ଜେନା ପ୍ରବନ୍ଧ ରେ ପ୍ରଥମ, ଶ୍ରେୟା ଶାଲିନ ଜେନା କୁଇଜ ରେ ପ୍ରଥମ ଓ ଏଲଶା ପରିଡା ପୋଷ୍ଟର ପ୍ରସ୍ତୁତିରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ବ୍ଲକ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ସି.ଆର.ସି.ସି. ଶ୍ରୀ ରଣା ସୂଚନା ଦେଇଥିଲେ। ବରିଷ୍ଠ ଶିକ୍ଷକ ନୀଳାଦ୍ରି ବିହାରୀ ସୁବୁଦ୍ଧି ଧନ୍ୟବାଦ ଦେଇଥିଲେ।

ସେହିପରି ଗୌରାଙ୍ଗପୁର କ୍ଲଷ୍ଟରରେ ସି.ଆର.ସି.ସି. ସୁଧାକର ମିଶ୍ର ଙ୍କ ତତ୍ୱାବଧାନରେ ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତି ଓ ଗୌରାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ମିଶ୍ରଙ୍କ ସହଯୋଗ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ନରସିଂହପୁର କ୍ଲଷ୍ଟର ସାପ କାମୁଡା
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

“ତୁରନ୍ତ ନିଜ ଦେଶକୁ ଫେରିଯାଅ”: ଅନୁପ୍ରବେଶକାରୀଙ୍କୁ ଅମିତ ଶାହଙ୍କ ଚେତାବନୀ

May 28, 2026

ସଚିନ ତେନ୍ଦୁଲକରଙ୍କ ପ୍ରଶଂସା ଶୁଣି ଆଶ୍ଚର୍ଯ୍ୟ ହେଲେ ବୈଭବ ସୂର୍ଯ୍ୟବଂଶୀ: କହିଲେ…

May 28, 2026

ଭୁବନେଶ୍ୱରରେ ଗ୍ଲୋବାଲ୍ ମେନଷ୍ଟ୍ରୁଆଲ୍ ହାଇଜିନ୍ ଡେ–୨୦୨୬

May 28, 2026

ଏବିଭିପିର ଜାତୀୟ କାର୍ଯ୍ୟନିର୍ବାହୀ ପରିଷଦର ପ୍ରଦର୍ଶନୀକୁ ଉଦଘାଟନ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

May 28, 2026

ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.