Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ ଉଦଘାଟିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ ଉଦଘାଟିତ

July 26, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଓଡ଼ିଶାର ଅନ୍ୟତମ ବରପୁତ୍ର ପଣ୍ଡିତ ଗୋଦାବରୀଶଙ୍କ ୬୯ତମ ଶ୍ରାଦ୍ଧ ବାର୍ଷିକୀ ତଥା ମହାବିଦ୍ୟାଳୟର ୬୨ତମ ପ୍ରତିଷ୍ଠା ଉତ୍ସବ ମହାବିଦ୍ୟାଳୟ ଅଡିଟୋରିୟମରେ ପାଳିତ ହୋଇଛି। ପ୍ରତ୍ୟୁଷରେ ଅଧ୍ୟକ୍ଷ ଓ କର୍ମଚାରୀ ମାନେ ମହାପୁରୁଷଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ପୂର୍ବକ ତିଳ ତର୍ପଣ କରି ଗୋଦାବରୀଶଙ୍କ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

ମହାବିଦ୍ୟାଳୟ ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତଥା ଉପ ଜିଲ୍ଲାପାଳ ଖୋର୍ଦ୍ଧା କିଶୋର କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜର୍ମାନ , ଜାପାନ ଦେଶର ପିଲା ମାନଙ୍କ ଭଳି ସ୍ୱାଭିମାନ ତଥା ବାଜି ରାଉତଙ୍କ ଭଳି ଦେଶପ୍ରେମ ଭାବ ପରି ପ୍ରକାଶ କରିବା ପାଇଁ ଛାତ୍ର ଛାତ୍ରୀମାନଙ୍କୁ ଉପଦେଶ ଦେଇଥିଲେ।

ମୁଖ୍ୟ ବକ୍ତା ମହାବିଦ୍ୟାଳୟ ଓଡ଼ିଆ ବିଭାଗର ପ୍ରାକ୍ତନ ପ୍ରାଧ୍ୟାପକ ଡ଼ ଚାନ୍ଦ କିଶୋର ତ୍ରିପାଠୀ ବାଣପୁର ଅଞ୍ଚଳର ଅତୀତର ଗୌରବମୟ ସଂସ୍କୃତି ଓ ବାଣ ଭଟ୍ଟଙ୍କ ଭଳି ମହାପଣ୍ଡିତ ମାନଙ୍କ ଜନ୍ମ ମାଟିର ମହାନୀୟଟ ସମ୍ପର୍କରେ ଆଲୋକପାତ କରିଥିବା ବେଳେ ସମ୍ମାନିତ ଅତିଥି ତଥା ପୁରାତନ ଛାତ୍ର ସଂଘର ସଭାପତି ଜିତେନ୍ଦ୍ର ଭୋଳ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟର ସୁନାମ ବଜାୟ ରଖିବା ପାଇଁ ପରାମର୍ଶ ଦେଇଥିଲେ।

ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ ସୁର ପ୍ରତାପ ନରେନ୍ଦ୍ର ସିଂ ବର୍ମା ସଭାକାର୍ଯ୍ୟ ସଂଯୋଜନା କରିଥିବାବେଳେ ଯୁକ୍ତ ଦୁଇର ପୂର୍ବତନ ଭାରପ୍ରାପ୍ତ ଅଧିକାରୀ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ମହାବିଦ୍ୟାଳୟର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ସହ ପ୍ରଶାସନିକ ଅଧିକାରୀ ଡ଼ ସୁଜାତା ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।

ପରିଶେଷରେ ଅଧ୍ୟାପିକା ମିକି ମନସ୍ଵିନୀ, ପ୍ରୟୋଷ୍ମୀ ମିଶ୍ର, ଅଧ୍ୟାପକ ଅରବିନ୍ଦ ନାୟକ, ହିଟଲର ବେହେରାଙ୍କ ଉପସ୍ଥାପନାରେ ଛାତ୍ର ଛାତ୍ରୀ ମାନେ ରଙ୍ଗାରଙ୍ଗ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଆଦିତ୍ୟ ସାରଥୀ ବେଦମତ୍ତା, କ୍ୟାପଟେନ ଗୁରୁକିଶୋରେ ନାୟକ, ସତ୍ୟାନନ୍ଦ ମହାରଣା, ଏନ୍ ସି ସି ରେଞ୍ଜର ରୋଭର୍ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ସଂସ୍ଥାର ସ୍ବେଚ୍ଛାସେବୀ ସମସ୍ତ ସେବା ଯୋଗାଇ ଦେଇଥିଲେ।ଏହି ସଭାରେ ମହାବିଦ୍ୟାଳୟର ଅନେକ ପୁରାତନ କର୍ମଚାରୀଙ୍କ ଯୋଗଦାନ ସମସ୍ତଙ୍କୁ ଉତ୍ସାହିତ କରିଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ପଣ୍ଡିତ ଗୋଦାବରୀଶ ମିଶ୍ର ପ୍ରତିଷ୍ଠା ଉତ୍ସବ ଶ୍ରାଦ୍ଧ ବାର୍ଷିକୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Latest News

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.